Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୨୭।୮: ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସିହ୍ନାଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଏନସିପି ସୁପ୍ରିମୋ ଶରଦ ପାୱାର, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେ, ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ, ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଏବଂ ଅନ୍ୟାନ୍ୟ ବିରୋଧୀଦଳ ନେତା ମଧ୍ୟ ଉପସ୍ଥିତ ଥିଲେ। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ଗତ ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି।
ଏହା ପୂର୍ବରୁ ରବିବାର ଯଶଓ୍ବନ୍ତ କହିଛନ୍ତି, ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏକ ବ୍ୟକ୍ତିଗତ ପ୍ରତିଯୋଗିତାରୁ ଅଧିକ ଏବଂ ସରକାରଙ୍କ କ୍ଷମତାସୀନ ପ୍ରବୃତ୍ତିକୁ ପ୍ରତିହତ କରିବା ଦିଗରେ ଏକ ପଦକ୍ଷେପ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯିବା ନେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସିହ୍ନା କହିଛନ୍ତି, ଜଣେ ବ୍ୟକ୍ତିଙ୍କୁ ଉପରକୁ ଉଠାଇବା ସମଗ୍ର ସମ୍ପ୍ରଦାୟର ଉନ୍ନତି ନିଶ୍ଚିତ କରେ ନାହିଁ। ମୁର୍ମୁଙ୍କ ଉପରେ ଭାଜପାର ବାଜି ରାଜନୈତିକ ପ୍ରତୀକ ଛଡା ଆଉ କିଛି ନୁହେଁ। ଆଜି ଆମ ଦେଶର ରାଜନୀତିରେ ଏତେ ଦୁର୍ବଳତା ଦେଖାଦେଇଛି ଯେ ଲୋକମାନେ ରାସ୍ତାରେ ଯିବାକୁ ବାଧ୍ୟ ହେଉଛନ୍ତି। ଗଣତନ୍ତ୍ରରେ ଏହା ହେବା ଉଚିତ ନୁହେଁ। ସେ ଯଦି ନିର୍ବାଚିତ ହୁଅନ୍ତି,ତେବେ ତୁରନ୍ତ ସରକାରୀ ଏଜେନ୍ସିର ଅପବ୍ୟବହାରକୁ ରୋକିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri