Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୨୭।୮: ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସିହ୍ନାଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଏନସିପି ସୁପ୍ରିମୋ ଶରଦ ପାୱାର, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡଗେ, ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ, ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଏବଂ ଅନ୍ୟାନ୍ୟ ବିରୋଧୀଦଳ ନେତା ମଧ୍ୟ ଉପସ୍ଥିତ ଥିଲେ। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ଗତ ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି।
ଏହା ପୂର୍ବରୁ ରବିବାର ଯଶଓ୍ବନ୍ତ କହିଛନ୍ତି, ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏକ ବ୍ୟକ୍ତିଗତ ପ୍ରତିଯୋଗିତାରୁ ଅଧିକ ଏବଂ ସରକାରଙ୍କ କ୍ଷମତାସୀନ ପ୍ରବୃତ୍ତିକୁ ପ୍ରତିହତ କରିବା ଦିଗରେ ଏକ ପଦକ୍ଷେପ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯିବା ନେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସିହ୍ନା କହିଛନ୍ତି, ଜଣେ ବ୍ୟକ୍ତିଙ୍କୁ ଉପରକୁ ଉଠାଇବା ସମଗ୍ର ସମ୍ପ୍ରଦାୟର ଉନ୍ନତି ନିଶ୍ଚିତ କରେ ନାହିଁ। ମୁର୍ମୁଙ୍କ ଉପରେ ଭାଜପାର ବାଜି ରାଜନୈତିକ ପ୍ରତୀକ ଛଡା ଆଉ କିଛି ନୁହେଁ। ଆଜି ଆମ ଦେଶର ରାଜନୀତିରେ ଏତେ ଦୁର୍ବଳତା ଦେଖାଦେଇଛି ଯେ ଲୋକମାନେ ରାସ୍ତାରେ ଯିବାକୁ ବାଧ୍ୟ ହେଉଛନ୍ତି। ଗଣତନ୍ତ୍ରରେ ଏହା ହେବା ଉଚିତ ନୁହେଁ। ସେ ଯଦି ନିର୍ବାଚିତ ହୁଅନ୍ତି,ତେବେ ତୁରନ୍ତ ସରକାରୀ ଏଜେନ୍ସିର ଅପବ୍ୟବହାରକୁ ରୋକିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri