Posted inଜାତୀୟ

ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ, ୬୦ ଜାହାଜ-ବୁଡ଼ାଜାହାଜର ସମୀକ୍ଷା କଲେ ରାଷ୍ଟ୍ରପତି…

ବିଶାଖାପଟ୍ଟନମ୍‌,୨୧।୨ : ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ ଠାରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦ୍ୱାଦଶ ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ କାର୍ଯ୍ୟକ୍ରମରେ ସୋମବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ତିନି ସେନାର ମୁଖ୍ୟ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଏହି ସମୀକ୍ଷା କାର୍ଯ୍ୟକ୍ରମରେ ୬୦ରୁ ଅଧିକ ଜାହାଜ, ବୁଡ଼ାଜାହାଜ ଏବଂ ୫୫ଟି ଯୁଦ୍ଧ ବିମାନକୁ ନେଇ ଗଠିତ ଭାରତୀୟ ନୌସେନାର ଫ୍ଲିଟ୍‌ ସମୀକ୍ଷା କରିଛନ୍ତି।

ସମୁଦ୍ରରେ ନିଜର ଶକ୍ତି ଏବଂ ପ୍ରସ୍ତୁତି ପ୍ରଦର୍ଶନ ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତିନି ସେନାର ମୁଖ୍ୟ ତଥା ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ସମ୍ମାନରେ ସମ୍ମାନିତ କରାଯାଇଥିଲା।

ତେବେ ରାଷ୍ଟ୍ରପତିଙ୍କ ଫ୍ଲାଇଟ ସମୀକ୍ଷା ପୂର୍ବରୁ ଭାରତୀୟ ନୌସେନା ଏହାର ସାମୁଦ୍ରିକ ଶକ୍ତିର ପ୍ରଦର୍ଶନ କରିଥିଲା। ଏହି ସମୀକ୍ଷାରେ ଆଇଏନ୍‌ଏସ୍‌ ବିଶାଖାପାଟନମ ସମେତ ମୋଟ ୬୩ଟି ଯୁଦ୍ଧ ଜାହାଜ ଅଂଶଗ୍ରହଣ କରିଥିଲେ। ଏହା ବ୍ୟତୀତ ୫୦ ଟି ଯୁଦ୍ଧ ବିମାନ, ଅନୁସନ୍ଧାନକାରୀ ବିମାନ, ନୌସେନା ଏବଂ ତଟରକ୍ଷୀ ବାହିନୀର ହେଲିକପ୍ଟର ମଧ୍ୟ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri