Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ: ଜୁନ ୨୧ରେ ବସିବ ବିରୋଧୀଙ୍କ ବୈଠକ, ଆସିବେ ନାହିଁ ମମତା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ସମ୍ପର୍କରେ ବିରୋଧୀଙ୍କ ବୈଠକ ଜୁନ ୨୧ରେ ଅନୁଷ୍ଠିତ ହେବ। ଶରଦ ପାୱାରଙ୍କ ନେତୃତ୍ୱରେ ଏହି ବୈଠକରେ ୧୨ଟି ଦଳ ଅଂଶଗ୍ରହଣ କରିବେ। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି। ତେବେ ତୃଣମୂଳ କଂଗ୍ରେସର ଜଣେ ବରିଷ୍ଠ ନେତା ତାଙ୍କ ସ୍ଥାନରେ ଉପସ୍ଥିତ ରହିପାରିବେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ହେତୁ ମମତା ବାନାର୍ଜୀ ଏହି ବୈଠକରେ ଯୋଗ ଦେଇ ପାରିବେ ନାହିଁ ବୋଲି ତୃଣମୂଳ କଂଗ୍ରେସ ପକ୍ଷରୁ କୁହାଯାଇଛି।
ଏହାପୂର୍ବରୁ ମମତା ବାନାର୍ଜୀଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୭ଟି ବିରୋଧୀ ଦଳ ଯୋଗ ଦେଇଥିଲେ। ଏହି ବୈଠକରେ ଶରଦ ପାଓ୍ବାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ହୋଇଥିଲା। କିନ୍ତୁ ଏଥିରେ ସେ ରାଜି ହୋଇ ନ ଥିଲେ।
ବର୍ତ୍ତମାନର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ ରେ ଶେଷ ହେବ। ତାଙ୍କ ଉତ୍ତରାଧିକାରୀଙ୍କ ପାଇଁ ନିର୍ବାଚନ ଜୁଲାଇ ୧୮ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri