୨୧ରେ ରାଷ୍ଟ୍ରପତିଙ୍କ ୨ଦିନିଆ ସମ୍ବଲପୁର ଗସ୍ତ

ସମ୍ବଲପୁର,୧୧ା୧୧(ବି.ଶଙ୍କର): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୧ରେ ଦୁଇଦିନିଆ ସମ୍ବଲପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୨୧ରେ ରାଷ୍ଟ୍ରପତି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର ବଂଶୀଧର ମାଝି ସୂଚିତ କରିଛନ୍ତି। ସେହିପରି ୨୨ରେ ରାଷ୍ଟ୍ରପତି ପଧାନପାଲି ଛକ ପାବନ ସରୋବରଠାରେ ବ୍ରହ୍ମାକୁମାରୀ ଶିକ୍ଷା ପ୍ରଭାଗ ଆୟୋଜିତ ନୂଆ ଭାରତ ପାଇଁ ନୂଆ ଶିକ୍ଷା ରାଷ୍ଟ୍ରୀୟ ଅଭିଯାନର ଶୁଭାରମ୍ଭ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପାବନ ସରୋବରଠାରେ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ସମ୍ବଲପୁର ଦାନୀବନ୍ଧସ୍ଥିତ ବ୍ରହ୍ମାକୁମାରୀ ପଶ୍ଚିମ ଓଡ଼ିଶା ଉପକେନ୍ଦ୍ରରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଆୟୋଜକମାନେ ଏହି ସୂଚନା ଦେଇଛନ୍ତି।
ସେମାନେ ଆହୁରି କହିଥିଲେ, ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ଏଥିରେ ପଶ୍ଚିମ ଓଡ଼ିଶାରୁ ପ୍ରାୟ ୪ହଜାର ପ୍ରତିନିଧିଙ୍କ ସମାଗମ ହେବ। ଯେଉଁମାନେ ଯୋଗଦେବାକୁ ଚାହଁିବେ ସେମାନେ ୧୫ ତାରିଖ ସୁଦ୍ଧା ବ୍ରହ୍ମାକୁମାରୀ ସମ୍ବଲପୁରଙ୍କ ସହାୟତାରେ ପଞ୍ଜୀକରଣ କରିପାରିବେ। ପ୍ରତିନିଧିମାନେ ନିଜ ସାଥିରେ ଏଣ୍ଟ୍ରି କାର୍ଡ ଓ ଆଧାର କାର୍ଡ ଧରିବା ଅତ୍ୟନ୍ତ ଜରୁରୀ। ସାଙ୍ଗରେ ବ୍ୟାଗ୍‌, ପାଣି ବୋତଲ, ମୋବାଇଲ ଫୋନ୍‌ ନେବାକୁ ବାରଣ କରାଯାଇଛି। ପ୍ରତିନିଧିମାନଙ୍କ ସକାଶେ ବାଇକ୍‌, କାର୍‌, ବସ୍‌ ପାର୍କିଂ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମର ସମାପ୍ତି ପରେ ପୂର୍ବାହ୍ନ ୧୦ରୁ ୧୧ ବ୍ରହ୍ମାକୁମାରୀ ଶିକ୍ଷା ପ୍ରଭାଗର ଅଧ୍ୟକ୍ଷ ବ୍ରହ୍ମାକୁମାର ଡ. ମୃତ୍ୟୁଞ୍ଜୟ ଓ ଉପାଧ୍ୟକ୍ଷା ବ୍ରହ୍ମାକୁମାରୀ ରାଜଯୋଗିନୀ ସିଲୁ ପ୍ରେରଣାଦାୟକ ବକ୍ତବ୍ୟ ପ୍ରଦାନ କରିବେ ବୋଲି କହିଛନ୍ତି ା ଖବରଦାତା ସମ୍ମିଳନୀରେ ସମ୍ବଲପୁରସ୍ଥିତ ପଶ୍ଚିମ ଓଡ଼ିଶାର ଉପକ୍ଷେତ୍ର ସଞ୍ଚାଳିକା ରାଜଯୋଗିନୀ ପାର୍ବତୀ, ବ୍ରହ୍ମାକୁମାର ନଥମଲ ଓ ବ୍ରହ୍ମାକୁମାରୀ ଦୀପା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri