ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ ଅଭୟାରଣ୍ୟ ଓ ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେବେ। ପୂର୍ବାଞ୍ଚଳ ଡିଆଇଜି ହିମାଂଶୁ ଲାଲ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ସକାଳ ୭ଟାରେ ରାଷ୍ଟ୍ରପତି ରାଇସିନାରୁ ବାହାରିବେ। ପାଲାମ ଏୟାରପୋର୍ଟରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରପୋର୍ଟରେ ୯ଟା ୧୫ରେ ଅବତରଣ କରିବେ। ସେଠାରୁ ୯ଟା ୨୫ରେ ପୁଣି ଏକ ଆଇଏଏଫ୍‌ ଏମ୍‌ଆଇ-୧୭ ହେଲିକପ୍ଟର ଯୋଗେ ଆସି ୧୦ଟା ୧୫ରେ ବାଦାମପାହାଡ଼ସ୍ଥିତ ଦିଘିଆବେଡ଼ା ହେଲିପ୍ୟାଡ୍‌ରେ ଓହ୍ଲାଇବେ। ୧୦ଟା୨୫ରେ ସ୍ବତନ୍ତ୍ର କାର୍‌ ଯୋଗେ ଶାଶୁଘର ପାହାଡ଼ପୁର ଯିବେ। ଏହାପରେ ନିର୍ଦ୍ଧାରିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri