ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ମେଲ, ୟୁଟ୍ୟୁବ୍‌ ହ୍ୟାକ୍‌

ଛତ୍ରପୁର,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କ ଜିମେଲ ଆକାଉଣ୍ଟ ସମେତ ‘ଅନ୍ବେଷା ମ୍ୟୁଜିକ’ ନାମରେ ୟୁଟ୍ୟୁବ ଚ୍ୟାନେଲକୁ କେହି ଦୁର୍ବୃତ୍ତ ହ୍ୟାକ କରି ଦେଇଛି । ଏସମ୍ପର୍କରେ ବ୍ରହ୍ମପୁର ସାଇବର ଥାନାରେ ସେ ଏତଲା ଦେଇଛନ୍ତି । ପିଲାଙ୍କ ଶିକ୍ଷଣ, ସମାଜ ସଂସ୍କାର ଓ ସଚେତନତା ସମ୍ପର୍କିତ ଅନେକ ପ୍ରସଙ୍ଗ ଅନ୍ବେଷା ମ୍ୟୁଜିକ ଚ୍ୟାନେଲରେ ଅପଲୋଡ଼ ହୋଇଥିଲା ଯାହା ହଜାର ହଜାର ଲୋକ ଓ ଛାତ୍ରୀଛାତ୍ର ଦେଖୁଥିଲେ । ଏହା ସହିତ ଜଣେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭାବରେତାଙ୍କ ମେଲ ଆଇଡି ଓ ଅନ୍ବେଷା ମ୍ୟୁଜିକ ଚ୍ୟାନେଲ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ପ୍ରଚାର ପ୍ରସାର କରୁଥିଲେ। ଦୁର୍ବୃତ୍ତ ଜଣଙ୍କ ସେଠୀଙ୍କ ଜି ମେଲରେ ତାଙ୍କ ରିକୋଭେରି ମେଲ ଏବଂ ମୋବାଇଲ ନମ୍ବର କାଢି ତାଙ୍କ ମୋବାଇଲ ନମ୍ବର ଦେଇ ଜିମେ୍‌ଲ ହ୍ୟାକ ସହିତ ଅନ୍ବେଷା ମ୍ୟୁଜିକ ଚ୍ୟାନେଲକୁ ପ୍ରାଇଭେଟ କରିଦେଇଛନ୍ତି। ବିଭିନ୍ନ କାର୍ଯ୍ୟାଳୟ, ବ୍ୟାଙ୍କ ଓ ଶିକ୍ଷା ମନ୍ତ୍ରଣାଳୟ ,ଦିଲ୍ଲୀ ଓ ଭୁବନେଶ୍ୱର ସହିତ ତାଙ୍କର ମେଲ ଓ ମୋବାଇଲ ନମ୍ବର ସଂଯୋଗ ହୋଇଛି । କାଳେ ହ୍ୟାକର କିଛି ଅସୁବିଧାରେ ପକାଇବେ ସେ ନେଇ ସେ ଭୟଭୀତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri