ରାଇରଙ୍ଗପୁରରେ ନିର୍ମାଣ ହେବ ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସର୍କିଟ ହାଉସ୍‌

ବାରିପଦା ଅଫିସ,୨୭ା୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମାଟିର ଝିଅ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତେ ୫୦କୋଟି ଟଙ୍କା ବ୍ୟୟ ଅଟକଳରେ ସ୍ବତନ୍ତ୍ର ସର୍କିଟ ହାଉସ ନିର୍ମାଣ କରାଯିବ। ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତ ସମୟରେ ରହଣି ସାଙ୍ଗକୁ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ଏହି ସ୍ବତନ୍ତ୍ର ସର୍କିଟ ହାଉସର ନିର୍ମାଣ କରାଯିବା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଥିବା ବେଳେ ସୌଧ ନିର୍ମାଣ ପାଇଁ ୪୭.୫କୋଟି ଟଙ୍କା ବ୍ୟୟ ଅଟକଳ ଆକଳନ କରାଯାଇଛି। ଖୁବ୍‌ଶୀଘ୍ର ଏହାର ଟେଣ୍ଡର ପ୍ରକ୍ରିୟା କରାଯାଇ କାର୍ଯ୍ୟ ଆରମ୍ଭ ହେବ। ଏଥି ନିମନ୍ତେ ସହର ଉପକଣ୍ଠ ରାଇରଙ୍ଗପୁର ତହସିଲର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟକୁ ଲାଗି ପୂର୍ତ୍ତବିଭାଗ ଡାକବଙ୍ଗଳା ରାସ୍ତାରେ ଥିବା ମହୁଲଡ଼ିହା ମୌଜାର ଖାତାନଂ. ୧୦୩ ଓ ପ୍ଲଟ ନଂ. ୧୨ରେ ମୋଟ ୫ଏକର ଜମି ଆବଣ୍ଟନ କରାଯାଇଛି। କେନ୍ଦ୍ରୀୟ ଯୋଜନା ଅନୁଯାୟୀ ଗୃହ ନିର୍ମାଣର ପ୍ଲାନ ସରିଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ କାଗଜପତ୍ର କାମ ଆଗେଇ ଚାଲିଛି। ପ୍ଲାନ ଅନୁଯାୟୀ ରାଷ୍ଟ୍ରପତିଙ୍କ କକ୍ଷ, ଡ୍ରଇଂରୁମ, ସମ୍ମିଳନୀ କକ୍ଷ, ପାର୍କର ବ୍ୟବସ୍ଥା ସହ ତାଙ୍କ ଡ୍ୟୁଟିରେ ଥିବା ସମସ୍ତ କେନ୍ଦ୍ରୀୟ କର୍ମଚାରୀ ଓ ସୁରକ୍ଷା ବାହିନୀଙ୍କ ପାଇଁ ଦୁଇଟି ପାଞ୍ଚ ମହଲା ବିଶିଷ୍ଠ କୋଠା ନିର୍ମାଣ କରାଯିବ। ଉକ୍ତ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସମସ୍ତ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri