ରାଇରଙ୍ଗପୁରରେ ନିର୍ମାଣ ହେବ ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସର୍କିଟ ହାଉସ୍‌

ବାରିପଦା ଅଫିସ,୨୭ା୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମାଟିର ଝିଅ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତେ ୫୦କୋଟି ଟଙ୍କା ବ୍ୟୟ ଅଟକଳରେ ସ୍ବତନ୍ତ୍ର ସର୍କିଟ ହାଉସ ନିର୍ମାଣ କରାଯିବ। ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତ ସମୟରେ ରହଣି ସାଙ୍ଗକୁ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ଏହି ସ୍ବତନ୍ତ୍ର ସର୍କିଟ ହାଉସର ନିର୍ମାଣ କରାଯିବା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଥିବା ବେଳେ ସୌଧ ନିର୍ମାଣ ପାଇଁ ୪୭.୫କୋଟି ଟଙ୍କା ବ୍ୟୟ ଅଟକଳ ଆକଳନ କରାଯାଇଛି। ଖୁବ୍‌ଶୀଘ୍ର ଏହାର ଟେଣ୍ଡର ପ୍ରକ୍ରିୟା କରାଯାଇ କାର୍ଯ୍ୟ ଆରମ୍ଭ ହେବ। ଏଥି ନିମନ୍ତେ ସହର ଉପକଣ୍ଠ ରାଇରଙ୍ଗପୁର ତହସିଲର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟକୁ ଲାଗି ପୂର୍ତ୍ତବିଭାଗ ଡାକବଙ୍ଗଳା ରାସ୍ତାରେ ଥିବା ମହୁଲଡ଼ିହା ମୌଜାର ଖାତାନଂ. ୧୦୩ ଓ ପ୍ଲଟ ନଂ. ୧୨ରେ ମୋଟ ୫ଏକର ଜମି ଆବଣ୍ଟନ କରାଯାଇଛି। କେନ୍ଦ୍ରୀୟ ଯୋଜନା ଅନୁଯାୟୀ ଗୃହ ନିର୍ମାଣର ପ୍ଲାନ ସରିଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ କାଗଜପତ୍ର କାମ ଆଗେଇ ଚାଲିଛି। ପ୍ଲାନ ଅନୁଯାୟୀ ରାଷ୍ଟ୍ରପତିଙ୍କ କକ୍ଷ, ଡ୍ରଇଂରୁମ, ସମ୍ମିଳନୀ କକ୍ଷ, ପାର୍କର ବ୍ୟବସ୍ଥା ସହ ତାଙ୍କ ଡ୍ୟୁଟିରେ ଥିବା ସମସ୍ତ କେନ୍ଦ୍ରୀୟ କର୍ମଚାରୀ ଓ ସୁରକ୍ଷା ବାହିନୀଙ୍କ ପାଇଁ ଦୁଇଟି ପାଞ୍ଚ ମହଲା ବିଶିଷ୍ଠ କୋଠା ନିର୍ମାଣ କରାଯିବ। ଉକ୍ତ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସମସ୍ତ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?