ରାଷ୍ଟ୍ରପତିଙ୍କ କଟକ ଗସ୍ତ ପ୍ରସଙ୍ଗ: ଆବଶ୍ୟକ ଗାଡ଼ି ନ ଆସିବାରୁ ଗିରଫ ପରଓ୍ବାନା ଜାରି କଲେ ଜିଲାପାଳ

କଟକ ଅଫିସ,୭।୧: ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ୧୧ ତାରିଖରେ କଟକ ଯିବେ। ଏହାକୁ ନେଇ କଟକ ଜିଲାପାଳଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି। ଏସବୁ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ କଟକ ଗସ୍ତ ଉପଲକ୍ଷେ ଆବଶ୍ୟକ ଥିବା ଗାଡ଼ିଗୁଡ଼ିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ନ ଦେବାରୁ ଜିଲାପାଳ ଗିରଫ ପରଓ୍ବାନା ଜାରି କରିଥିବା ସୂଚନା ମିଳିଛି।

ରାଷ୍ଟ୍ରପତି ମୁର୍ମୁ କଟକରେ ଆଇସିଏଆର୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିଲାଗି ଗାଡ଼ି ଆବଶ୍ୟକ ଥିବାରୁ ଜିଲାପାଳ ଓଡି୦୧ଟି-୩୦୩୩, ଓଡ଼ି୦୨ଏଏସ୍‌-୨୫୬୫, ଓଡି୦୨ବିଇ-୮୮୨୨, ଓଡି୦୨ବିପି-୪୧୬୭ ଏବଂ ଓଡି ୦୨ଏସି-୪୨୫୦ରେ ପଞ୍ଜିକୃତ ଗାଡ଼ିଗୁଡ଼ିକୁ କାର୍ଯ୍ୟାଳୟରେ ଯୋଗଦେବାକୁ କୁହାଯାଇଥିଲା। ମାତ୍ର ସେଗୁଡ଼ିକ ନ ଆସିବାରୁ ଜିଲାପାଳ ଡ. ଭବାନୀ ଶଙ୍କର ଚଇନୀ ମାଲିକଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରିଛନ୍ତି। ଏଥିସହ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri