ରାଷ୍ଟ୍ରପତିଙ୍କ କଟକ ଗସ୍ତ ପ୍ରସଙ୍ଗ: ଆବଶ୍ୟକ ଗାଡ଼ି ନ ଆସିବାରୁ ଗିରଫ ପରଓ୍ବାନା ଜାରି କଲେ ଜିଲାପାଳ

କଟକ ଅଫିସ,୭।୧: ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ୧୧ ତାରିଖରେ କଟକ ଯିବେ। ଏହାକୁ ନେଇ କଟକ ଜିଲାପାଳଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି। ଏସବୁ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ କଟକ ଗସ୍ତ ଉପଲକ୍ଷେ ଆବଶ୍ୟକ ଥିବା ଗାଡ଼ିଗୁଡ଼ିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ନ ଦେବାରୁ ଜିଲାପାଳ ଗିରଫ ପରଓ୍ବାନା ଜାରି କରିଥିବା ସୂଚନା ମିଳିଛି।

ରାଷ୍ଟ୍ରପତି ମୁର୍ମୁ କଟକରେ ଆଇସିଏଆର୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିଲାଗି ଗାଡ଼ି ଆବଶ୍ୟକ ଥିବାରୁ ଜିଲାପାଳ ଓଡି୦୧ଟି-୩୦୩୩, ଓଡ଼ି୦୨ଏଏସ୍‌-୨୫୬୫, ଓଡି୦୨ବିଇ-୮୮୨୨, ଓଡି୦୨ବିପି-୪୧୬୭ ଏବଂ ଓଡି ୦୨ଏସି-୪୨୫୦ରେ ପଞ୍ଜିକୃତ ଗାଡ଼ିଗୁଡ଼ିକୁ କାର୍ଯ୍ୟାଳୟରେ ଯୋଗଦେବାକୁ କୁହାଯାଇଥିଲା। ମାତ୍ର ସେଗୁଡ଼ିକ ନ ଆସିବାରୁ ଜିଲାପାଳ ଡ. ଭବାନୀ ଶଙ୍କର ଚଇନୀ ମାଲିକଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରିଛନ୍ତି। ଏଥିସହ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri