Posted inରାଜ୍ୟ

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ। ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ । ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ ।

ନଭେମ୍ବର ୨୧ ତାରିଖ ମଙ୍ଗଳବାର ରାଷ୍ଟ୍ରପତି ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିବେ । ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ।ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ କରାଯିବ । ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ । ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ । ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ।

ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ । ଏହାପରେ ରାଷ୍ଟ୍ରପତି ପୁଟ୍ଟପର୍ତୀ ଗସ୍ତ କରିବେ, ଯେଉଁଠାରେ ସେ ଶ୍ରୀ ସତ୍ୟ ସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri