Posted inରାଜ୍ୟ

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ। ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ । ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ ।

ନଭେମ୍ବର ୨୧ ତାରିଖ ମଙ୍ଗଳବାର ରାଷ୍ଟ୍ରପତି ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିବେ । ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ; ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ।ରାଷ୍ଟ୍ରପତିଙ୍କ ଦ୍ବାରା ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ କରାଯିବ । ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ । ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ । ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ ।

ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ । ଏହାପରେ ରାଷ୍ଟ୍ରପତି ପୁଟ୍ଟପର୍ତୀ ଗସ୍ତ କରିବେ, ଯେଉଁଠାରେ ସେ ଶ୍ରୀ ସତ୍ୟ ସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri