ହୃଦ୍‌ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ କୁମୁରସିଙ୍ଗା ଗ୍ରାମର ଶୁଭେନ୍ଦୁ ନାୟକ (୫୧)। କିଶୋରନଗର ପୋଲିସ ତାଙ୍କ ମୃତଦେହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜବତ କରି ବ୍ୟବଚ୍ଛେଦ ପାଇଁ ହଣ୍ଡପା ମେଡିକାଲ ପଠାଇ ଦେଇଛି। ଏ ସଂକ୍ରାନ୍ତରେ ଥାନାରେ ନମ୍ବର ୧/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ପୋଲିସ କହିଛି, ଶୁଭେନ୍ଦୁ କିଶୋରନଗର ବ୍ଲକ ରଜାମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ବଅଁରପାଳ ଓ କଣିହଁ। ବ୍ଲକରେ ହେବାକୁ ଥିବା ଭୋଟ୍‌ଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ତାଙ୍କୁ ପ୍ରିଜାଇଡିଂ ଅଫିସର ନିଯୁକ୍ତ କରାଯାଇଥିଲା। ମଙ୍ଗଳବାର ସେ କାର୍ଯ୍ୟରେ ଯୋଗଦେବାକୁ ପୁଅଙ୍କ ସହ ଏକ ଘରୋଇ ଗାଡିରେ ଆସୁଥିବାବେଳେ ବାଟରେ ଅସୁସ୍ଥ ହୋଇପଡିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ଶିକ୍ଷକ ମହଲରେ ଶୋକର ଛାୟା ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?