ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ମାସ ୨୭ ଓ ୨୮ ତାରିଖ ଦୁଇଦିନ ଧରି ବୁଢ଼ା ଡଙ୍ଗର ଲୋକ ମହୋତ୍ସବ ପାଳନ କରାଯିବ ବୋଲି ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ର ପ୍ରକାଶ କରିଛନ୍ତି। ଦୁଇଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ରାଜନୈତିକ ବ୍ୟକ୍ତି ଓ ବଲିଉଡ ଏବଂ ଓଲିଉଡ଼ କଳାକାରଙ୍କ ଯୋଗଦାନ ସହିତ ଅନ୍ୟାନ୍ୟ ଲୋକକଳା ସାଂସ୍କୃତିକ କାର୍ଯ୍ୟମାନ ପରିବେଷଣ କରାଯିବାର ବ୍ୟବସ୍ଥା ରହିଛି। ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡିଶୀ ନୃତ୍ୟ, ଲୋକ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ବଜାଶାଲ, ଢାପ ନୃତ୍ୟ, ଛଉ ନୃତ୍ୟ, ଆଦି ନୃତ୍ୟ ସହିତ ମୁମ୍ବାଇର ଜାତୀୟ ହାସ୍ୟ ଅଭିନେତା ଜୁନିଅର ରାଜୁ ଶ୍ରୀବାସୁବ, ବଲିଉଡ କଣ୍ଠଶିଳ୍ପୀ ଶ୍ରୀ ଆଶ୍ରୀ ( ମୁମ୍ବାଇ ), ଓଲିଉଡ଼ ସିନେ କଳାକାର ପୁପିନ୍ଦର ସିଂ, କଣ୍ଠଶିଳ୍ପୀ ମନଶ୍ବିନୀ, ରୋଜାଲିନ ଏବଂ ଜେମ୍ସ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ଉପଲକ୍ଷେ ଅଞ୍ଚଳର ବିଶିଷ୍ଟ ଶିକ୍ଷାବିତ, ବରିଷ୍ଠ ଗଣମାଧ୍ୟମ ପ୍ରତିନିଧି, ସ୍ବାସ୍ଥ୍ୟ, ଓ କଳାକ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ୧୫ ଜଣଙ୍କୁ ସମ୍ମାନିତ କରିବା ନେଇ ଖବରଦାତା ସମ୍ମିଳନୀରେ ଅନୁଷ୍ଠାନ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ସ୍କୁଲ, କଲେଜ ସ୍ତରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ୪୦ ପ୍ରତିଯୋଗୀଙ୍କୁ ମଧ୍ୟ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଅନୁଷ୍ଠାନର ସମ୍ପାଦକ ଅକ୍ଷୟ କୁମାର ଦାସ ଅନୁଷ୍ଠାନର ବିବରଣ ପ୍ରଦାନ କରିଥିଲେ। ପରିଶେଷରେ ଜ୍ଞାନେନ୍ଦ୍ର ଭୋଇ ଧନ୍ୟବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri