ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ମାସ ୨୭ ଓ ୨୮ ତାରିଖ ଦୁଇଦିନ ଧରି ବୁଢ଼ା ଡଙ୍ଗର ଲୋକ ମହୋତ୍ସବ ପାଳନ କରାଯିବ ବୋଲି ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ର ପ୍ରକାଶ କରିଛନ୍ତି। ଦୁଇଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ରାଜନୈତିକ ବ୍ୟକ୍ତି ଓ ବଲିଉଡ ଏବଂ ଓଲିଉଡ଼ କଳାକାରଙ୍କ ଯୋଗଦାନ ସହିତ ଅନ୍ୟାନ୍ୟ ଲୋକକଳା ସାଂସ୍କୃତିକ କାର୍ଯ୍ୟମାନ ପରିବେଷଣ କରାଯିବାର ବ୍ୟବସ୍ଥା ରହିଛି। ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡିଶୀ ନୃତ୍ୟ, ଲୋକ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ବଜାଶାଲ, ଢାପ ନୃତ୍ୟ, ଛଉ ନୃତ୍ୟ, ଆଦି ନୃତ୍ୟ ସହିତ ମୁମ୍ବାଇର ଜାତୀୟ ହାସ୍ୟ ଅଭିନେତା ଜୁନିଅର ରାଜୁ ଶ୍ରୀବାସୁବ, ବଲିଉଡ କଣ୍ଠଶିଳ୍ପୀ ଶ୍ରୀ ଆଶ୍ରୀ ( ମୁମ୍ବାଇ ), ଓଲିଉଡ଼ ସିନେ କଳାକାର ପୁପିନ୍ଦର ସିଂ, କଣ୍ଠଶିଳ୍ପୀ ମନଶ୍ବିନୀ, ରୋଜାଲିନ ଏବଂ ଜେମ୍ସ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ଉପଲକ୍ଷେ ଅଞ୍ଚଳର ବିଶିଷ୍ଟ ଶିକ୍ଷାବିତ, ବରିଷ୍ଠ ଗଣମାଧ୍ୟମ ପ୍ରତିନିଧି, ସ୍ବାସ୍ଥ୍ୟ, ଓ କଳାକ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ୧୫ ଜଣଙ୍କୁ ସମ୍ମାନିତ କରିବା ନେଇ ଖବରଦାତା ସମ୍ମିଳନୀରେ ଅନୁଷ୍ଠାନ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ସ୍କୁଲ, କଲେଜ ସ୍ତରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ୪୦ ପ୍ରତିଯୋଗୀଙ୍କୁ ମଧ୍ୟ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଅନୁଷ୍ଠାନର ସମ୍ପାଦକ ଅକ୍ଷୟ କୁମାର ଦାସ ଅନୁଷ୍ଠାନର ବିବରଣ ପ୍ରଦାନ କରିଥିଲେ। ପରିଶେଷରେ ଜ୍ଞାନେନ୍ଦ୍ର ଭୋଇ ଧନ୍ୟବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri