କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ ଚାଲାଣ ହୋଇଛନ୍ତି। ଗୁରୁବାର ନୂଆପଡା ରେଞ୍ଜ ଅଞ୍ଚଳର ପତାଳଘୁଟକୁରି ଗ୍ରାମର ମହେଶ ସାହୁ (୬୨) ଓ ତାଙ୍କ ପୁଅ ଗଜାନନ ସାହୁ (୨୬) ଚିତା ବାଘ ଛାଲ ରଖିଥିବା ଅଭିଯୋଗରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ଅନ୍ୟ ଏକ ଘଟଣାରେ ଶୁକ୍ରବାର ଖଡ଼ିଆଳ ରେଞ୍ଜ ଅନ୍ତର୍ଗତ ବୋଡ଼େନ ସେକ୍ସନ ଚାରିଜଣ ବ୍ୟକ୍ତି ଗୋଟିଏ ଚିତା ବାଘ ଛାଲ ଓ ଦୁଇଟି ସମ୍ବର ସିଙ୍ଗ ରଖି ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ବୋଡ଼େନ ଥାନା ଅନ୍ତର୍ଗତ ଦିନେଶ ମାଝି (୬୨), ସୁକୁରାମ ଚିନ୍ଦା (୪୫), ପୂର୍ଣ୍ଣଚନ୍ଦ୍ର ମାଝି (୪୬) ଓ ମଧୁସୂଦନ ମାଝି (୫୫) ସମସ୍ତେ ବୋଡ଼େନ ଥାନା ଅନ୍ତର୍ଗତ ସରାଧାରପୁର ଗ୍ରାମର ବୋଲି ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାଁ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଛଅ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଦୁଇ ଜଣ ଫେରାର ଥିବା ଜଣାପଡିଛି। ଚଢ଼ାଉର ନେତୃତ୍ୱ ନେଇଥିଲେ ଏସିଏଫ ପ୍ରଶ୍ନଜିତ ନାଏକ ଓ ମହମ୍ମଦ ମୁସ୍ତାଫା ସାହିଲ ସମେତ ସ୍ଥାନୀୟ ବନ କର୍ମଚାରୀ। ଅଭିଯୁକ୍ତ ମାନଙ୍କୁ ୱାଇଡ଼ ପ୍ରୋଟେକ୍ସନ ଆଇନ ଓ ବେଆଇନ ଭାବରେ ସବୁଆନ ପଟ୍ଟା ରଖିଥିବା ଅଭିଯୋଗରେ କୋର୍ଟ ଚାଲାଣ କରିଥିବା ବନଖଣ୍ଡ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri