ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନାଁ ନେଇ କିଛି ମଦ୍ୟପ ଓ ପ୍ରଥଭ୍ରଷ୍ଟ ଯୁବକ ଆତଙ୍କରାଜ ଖେଳାଇଥିଲେ। ଯାହାଦ୍ୱାରା ତାଙ୍କ ପରିବାରର ଅନ୍ୟ ସଦସ୍ୟମାନେ ଭୟଭୀତ ହୋଇଯାଇଥିଲେ। ଉତ୍ତ୍ୟକ୍ତ ଯୁବକମାନେ ବାସଭବନରେ ଥିବା ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ମୁନରେ ଧମକାଇ ଗାଳିଗୁଲଜ କରିଥିଲେ । ଏହି ଘଟଣାକୁ ତୀବ୍ର ନିନ୍ଦା କରିବା ସହ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି କହିଛି ବିଜୁ ଜନତା ଦଳ ।
ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ କହିଥିଲେ, ନିକଟରେ ରାଜ୍ୟସଭା ନିର୍ବାଚନରେ ଦଳକୁ ବେଇମାନୀ କରିଥିବା ବାଙ୍କୀର ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଜଣେ ଭୀରୁ, କାପୁରୁଷ ଭଳି ଆଚରଣ ପ୍ରଦର୍ଶନ କରୁଛନ୍ତି । ଦଳ ସହିତ କରିଥିବା ବେଇମାନୀ କାର୍ଯ୍ୟକୁ ଲୋକଙ୍କ ମନରୁ ହଟାଇବା ପାଇଁ କିଛି ମଦ୍ୟପ ଯୁବକଙ୍କୁ ପ୍ରବର୍ତ୍ତାଇ ପ୍ରତାପ ଜେନାଙ୍କ ବାସଭବନରେ ଶୁକ୍ରବାର ରାତିରେ ଯେଉଁ ଉନ୍ମକ୍ତକାଣ୍ଡ ଘଟାଇଥିଲେ, ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ । ତାଙ୍କ ବାପା ପ୍ରଭାତ ତ୍ରିପାଠୀ ଯେଉଁଭଳି ଭାବେ ୧୯୯୬ ମସିହାରେ ବିଜୁ ବାବୁଙ୍କ ସହିତ ବେଇମାନୀ କରି ରାଜ୍ୟ ସଭାରେ କ୍ରସ ଭୋଟିଂ କରିଥିଲେ ଦେବୀ ରଞ୍ଜନ ତ୍ରିପାଠୀ ଅନୁରୂପ ଭାବେ ତାଙ୍କ ଦେହରେ ବେଇମାନୀର ରକ୍ତ ପ୍ରଭାବିତ ହେଉଛି ବୋଲି ପ୍ରମାଣିତ କରିଛନ୍ତି । ରାଜ୍ୟରେ ଆଇନଶୃଙ୍ଖଳା ବଜାୟ ରଖିବା ପୋଲିସର ଦାୟିତ୍ୱ । ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ବାସଭବନଠାରୁ ଅଳ୍ପ ଦୂରରେ ଅବସ୍ଥିତ ପ୍ରତାପ ଜେନାଙ୍କ ବାସଭବନରେ ଯେଉଁଭଳି ଭାବେ ଅଭାବନୀୟ କାଣ୍ଡ ଘଟିଲା, ଏଥିରୁ ସ୍ପଷ୍ଟ ଯେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?