ପିଏନ୍‌ବି ପକ୍ଷରୁ ଗଣସଫେଇ

ଭୁବନେଶ୍ୱର,୩।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନ୍‌ବି)ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରବିବାର ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ଖଣ୍ଡଗିରି ଜଗମୋହନ ନଗର ଶ୍ରୀ ବିଶ୍ୱେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଏକ ଗଣ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପିଏନବିର ଜେନେରାଲ୍‌ ମ୍ୟାନେଜର ଉଦୟ ଭାସ୍କର ରେଡ୍ଡି, ଡିଜିଏମ୍‌ ଜନ୍ମେଜୟ ଦୀକ୍ଷିତ, ଏଜିଏମ୍‌ ସମରେନ୍ଦ୍ର ପଣ୍ଡାଙ୍କ ସମେତ ୫୦ରୁ ଅଧିକ ଅଧିକାରୀ ଓ କର୍ମଚାରୀ ଉକ୍ତ ସଫେଇ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ରେଡ୍ଡୀ ଏକ ଫ୍ରିଜ୍‌ ମନ୍ଦିର ପ୍ରଶାସନ (କମିଟି)କୁ ପ୍ରଦାନ କରିଥିଲେ। ବିଶେଷକରି ବ୍ୟାଙ୍କର କର୍ପୋରେଟ ସୋସିଆଲ ରେସପନ୍ସବିଲିଟି (ସିଏସଆର) କାର୍ଯ୍ୟକ୍ରମ ଅନ୍ତର୍ଗତରେ ଉକ୍ତ ଫ୍ରିଜକୁ ମନ୍ଦିର ଟ୍ରଷ୍ଟର ସଭାପତି ତଥା ପ୍ରତିଷ୍ଠାତା ନିରଞ୍ଜନ ଯୋଗାଣିଆଙ୍କୁ ଦିଆଯାଇଥିଲା। ଏହି ଅବସରରେ ମନ୍ଦିର ଟ୍ରଷ୍ଟର ସଭାପତି ତଥା ପ୍ରତିଷ୍ଠାତା ନିରଞ୍ଜନ ଯୋଗାଣିଆ ବ୍ୟାଙ୍କର ସମସ୍ତ ଅଧିକାରୀ ଓ ଅନ୍ୟମାନଙ୍କୁ ସମ୍ବୋଧନ କରିବା ସହ ଏଭଳି ଏକ ମହତ୍ତ୍ୱ କାର୍ଯ୍ୟକ୍ରମ ପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏପରିକି ଉକ୍ତ ସଫେଇ କାର୍ଯ୍ୟକ୍ରମରେ ମନ୍ଦିରର ଅନ୍ୟାନ୍ୟ ଟ୍ରଷ୍ଟି ଓ କର୍ମକତ୍ତାବୃନ୍ଦ ଯଥା ମହେଶ୍ୱର ମାର୍ଥା, ପ୍ରସନ୍ନ କୁମାର ଷଡ଼ଙ୍ଗୀ, ସଞ୍ଜୟ କୁମାର ଶୁକ୍ଳା, ପ୍ରଶାନ୍ତ କୁମାର ପଟ୍ଟନାୟକ, ଅଭୟ କୁମାର ମହାପାତ୍ର ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri