Posted inଜାତୀୟ

ଜେଲ୍‌ରେ ମୁଖ୍ୟମନ୍ତ୍ରୀଙ୍କର ୮ କେଜିରୁ ଅଧିକ ଓଜନ କମିଲା, ନେତା କହିଲେ…

ନୂଆଦିଲ୍ଲୀ , ୧୩।୦୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ମଦ ଦୁର୍ନୀତି ମାମଲାରେ ଜେଲ୍‌ରେ ରହିଛନ୍ତି । ଫଳରେ ଜେଲ୍‌ରେ ତାଙ୍କର ସ଼୍ବାସ୍ଥ୍ୟାବସ୍ଥାରେ ଅବନତି ହୋଇଥିବା ଜଣାପଡ଼ିଛି । ଏହାକୁ ନେଇ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂ କହିଛନ୍ତି ଯେ, କେନ୍ଦ୍ରର ଭାରତୀୟ ଜନତା ପାର୍ଟି ସରକାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜୀବନ ସହ ଖେଳୁଛନ୍ତି । ଏକ ସାମ଼୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେଜ୍ରିୱାଲଙ୍କ ସ଼୍ବାସ୍ଥ୍ୟାବସ୍ଥା ଏତେ ମାତ୍ରାରେ ଖରାପ ହୋଇପଡ଼ିଛି ଯେ, ଯଦି ତାଙ୍କୁ ଶୀଘ୍ର ଜେଲ୍‌ରୁ ବାହାର ନକରାଯାଏ ଏବଂ ତାଙ୍କର ଚିିକିତ୍ସା ନକରାଯାଏ ତେବେ କେତେବେଳେ ବି ଗମ୍ଭୀର ଘଟଣା ଘିଟିଯାଇପାରେ । କେଜ୍ରିୱାଲଙ୍କର ୮ କେଜିରୁ ଅଧିକ ଓଜନ ହ୍ରାସ ହୋଇଛି। ଏହାସହ ତାଙ୍କର ବ୍ଲଡ୍‌ ସୁଗାର ମଧ୍ୟ ଜେଲରେ ରହିଥିବା ସମୟରେ ୫ ଥର ୫୦ଏମ୍‌ଜିରୁ କମ୍‌ ହୋଇଛି ।

ସେ କହିଛନ୍ତି ଯେ, ୩୧ ମାର୍ଚ୍ଚରେ ଯେତେବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଏହି ମାମଲାରେ ଗିରଫ କଲା ସେତେବେଳେ ତାଙ୍କର ଓଜନ ୭୦ କେଜି ରହିଥିଲା । କିନ୍ତୁ ଏବେ ତାଙ୍କର ଓଜନ ହ୍ରାସ ପାଇ ୬୧.୫ କୋଜି ରହିଥିବା ସେ କହିଛନ୍ତି । ଲଗାତାର କାହିଁକି ତାଙ୍କର ଓଜନ ହ୍ରାସ ପାଉଛି ତେହା ଜଣାପଡ଼ୁନାହିଁ । କରାଣ ତାଙ୍କର କୌଣସି ପରୀକ୍ଷଣ କରାଯାଉନଥିବା ସେ ଅଭିଯୋଗ କରିଛନ୍ତି । ଏପରି ଓଜନରେ ହ୍ରାସ ପାଇବା କୌଣସି ଗମ୍ଭୀର ରୋଗର ସଙ୍କେତ ହୋଇଥାଇପାରେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri