Posted inଫୁରସତ

ପରିବାକୁ କୀଟାଣୁମୁକ୍ତ କରୁଛି ପ୍ରେସର କୁକର

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏବେ ପ୍ରାୟ ସମସ୍ତେ ପରିବାପତ୍ରକୁ ସାନିଟାଇଜ୍‌ କରି ଜୀବାଣୁମୁକ୍ତ କରିବା ପାଇଁ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ କରୁଛନ୍ତି। ଏ ଦୃଷ୍ଟିରୁ ଆଇଏଏସ୍‌ ଅଫିସର ସୁପ୍ରିୟା ସାହୁଙ୍କର ଏକ ଭିଜୁଆଲ୍‌ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏହି ଅଫିସରଜଣକ ଶେୟାର କରିଥିବା ଭିଜୁଆଲ୍‌ରେ ଜଣେ ବ୍ୟକ୍ତି ପ୍ରେସରକୁକର ସାହାଯ୍ୟରେ ପରିବାକୁ କୀଟାଣୁମୁକ୍ତ କରୁଛନ୍ତି ଆଉ ଏହି ଉପାୟକୁ ଏକ ଭିନ୍ନ ଉପାୟ ଦର୍ଶାଇ ସେ ଏହାକୁ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି।
ପରିବା ସଫା କରିବା ପାଇଁ ବ୍ୟକ୍ତିଜଣକ ପ୍ରଥମେ ପ୍ରେସରକୁକରରେ ପାଣି ଭର୍ତ୍ତି କରି ଗ୍ୟାସ୍‌ ଉପରେ ରଖୁଛନ୍ତି ଏବଂ ଏଥିରେ ହ୍ବିସିଲ୍‌ ଦେବା ବଦଳରେ ସେ ଏକ ପାଇପ୍‌ ଲଗାଇ ଦେଉଛନ୍ତି। ଏହି ପାଇପ୍‌ରେ ବାମ୍ଫ ଆସିବା ମାତ୍ରେ ତାହାକୁ ପରିବା ଉପରକୁ ଦେଖାଇ ସେ ପରିବାକୁ କୀବାଣୁମୁକ୍ତ କରୁଛନ୍ତି।
ବ୍ୟକ୍ତିଜଣଙ୍କର ଏହି କୌଶଳ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଲୋକେ ତାଙ୍କୁ ଏହି ଭିଡିଓ ନେଇ ଏବେ ବେଶ୍‌ ସୁନ୍ଦର କମେଣ୍ଟ ବି ଦେଉଛନ୍ତି। ତେବେ ପରିବାକୁ ଏଭଳିଭାବେ କୀଟାଣୁମୁକ୍ତ କରିବା ପ୍ରକ୍ରିୟା ଦେଖି ଅନେକେ ଆଶ୍ଚର୍ଯ୍ୟ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri