Posted inଜାତୀୟ

ଆଲୋଚନା ଲାଗି ରୁଷିଆ ଉପରେ ଚାପ

ନୂଆଦିଲ୍ଲୀ,୯।୧୧: ମସ୍କୋ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ତାଙ୍କ ରୁଷିଆ ପ୍ରତିପକ୍ଷ ସର୍ଗେଇ ଲାଭରୋଭ୍‌ଙ୍କୁ ଭେଟିଛନ୍ତି। ଏହି ଅବସରରେ ଦୁଇ ନେତା ୟୁକ୍ରେନ୍‌ ଯୁଦ୍ଧ ସମେତ ନିର୍ଦ୍ଦିଷ୍ଟ ଆଞ୍ଚଳିକ ସମସ୍ୟା ଓ ବିଶ୍ୱ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ସମାଧାନ ନିମନ୍ତେ ମସ୍କୋ ଆଲୋଚନାକୁ ଫେରିବା ଲାଗି ଜୟଶଙ୍କର ଚାପ ପକାଇଛନ୍ତି। କୋଭିଡ୍‌ ମହାମାରୀ, ଆର୍ଥତ୍କ ଚାପ ଏବଂ ବାଣିଜି୍ୟକ ସମସ୍ୟାକୁ ନେଇ ଗତ କିଛିବର୍ଷ ହେଲା ଅନ୍ତର୍ଜାତୀୟ ସ୍ଥିତି ଉଦ୍‌ବେଗଜନକ ରହିଛି। ଏଥିପାଇଁ ବିଶ୍ୱ ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ୟୁକ୍ରେନ୍‌ ଯୁଦ୍ଧ ଏହାର ଏକ ବଡ଼ ପରିଣାମ ଭାବେ ଦେଖାଦେଇଥିବା ଜୟଶଙ୍କର କହିଛନ୍ତି। ଏହା ବ୍ୟତୀତ ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦୁଇଟି ମୁଖ୍ୟ ଏବଂ ସ୍ଥାୟୀ ସମସ୍ୟା ହୋଇ ରହିଆସିଛି ଯାହା ବିକାଶ ଓ ସମୃଦ୍ଧି ଉପରେ ଧ୍ୱଂସାତ୍ମକ ପ୍ରଭାବ ପକାଉଛି। ଆଲୋଚନା ମାଧ୍ୟମରେ ଆଞ୍ଚଳିକ ସମସ୍ୟା ସମେତ ବିଶ୍ୱ ସ୍ଥିତିର ସମାଧାନ କରାଯାଇପାରିବ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ କହିଛନ୍ତି। ଭାରତ ଓ ରୁଷିଆର ବନ୍ଧୁତା ବିଶାଳ ଓ ସମୟ ସହ ପରୀକ୍ଷିତ। ଏହାକୁ ଆହୁରି ବଢ଼ାଇବା ଓ ଦୀର୍ଘସ୍ଥାୟୀ କରିବା ନିମନ୍ତେ ଉଦ୍ୟମ ଜାରି ରହିଛି ବୋଲି ଏହି ଅବସରରେ ଜୟଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri