Posted inଜାତୀୟ

ଇଣ୍ଡିଆ ମେଣ୍ଟରେ ପ୍ରେସର ପଲିଟିକ୍ସ ଆରମ୍ଭ…

ନୂଆଦିଲ୍ଲୀ,୪।୧୨ : ଚାରୋଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ପରେ ଇଣ୍ଡିଆ ମେଣ୍ଟରେ ପ୍ରେସର ପଲିଟିକ୍ସ ଆରମ୍ଭ ହୋଇଛି। ହିମାଚଳ ଏବଂ କର୍ଣ୍ଣାଟକରେ ବିଜୟ ଦ୍ୱାରା ଉତ୍ସାହିତ ହୋଇଥିବା କଂଗ୍ରେସ ହିନ୍ଦୀ ବେଲ୍ଟରେ ସଂପୂର୍ଣ୍ଣ କ୍ଷମତା ହରାଇଛି ଏବଂ ଇଣ୍ଡିଆ ଆଲିଆନ୍ସରେ ଏହାର ପ୍ରଭାବ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଆଗାମୀ ଦିନରେ କଂଗ୍ରେସ ଆଞ୍ଚଳିକ ଦଳଗୁଡ଼ିକର ଚାପର ସମ୍ମୁଖୀନ ହେବା ନିଶ୍ଚିତ ହୋଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ବର୍ତ୍ତମାନ ୟୁପିରେ ଥିବା ଇଣ୍ଡିଆ ମିଳିତ ମଞ୍ଚରେ କେବଳ ଏସପି ଏବଂ ଆରଏଲଡି ଅନ୍ତର୍ଭୁକ୍ତ। ବିଏସପିକୁ ମିଳିତ ମଞ୍ଚର ଏକ ଅଂଶ କରିବା ପାଇଁ ଉଦ୍ୟମ ଚାଲିଥିଲା। ଏଭଳି ପରିସ୍ଥିତିରେ ୨୦୨୪ପାଇଁ ବିରୋଧୀ ଦଳର ସମ୍ପୂର୍ଣ୍ଣ ରଣନୀତି ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଆଧାରିତ ଥିଲା। ଏହି କାରଣରୁ, ଫଳାଫଳ ପର୍ଯ୍ୟନ୍ତ ମିଳିତ ମଞ୍ଚର ସମସ୍ତ କାର୍ଯ୍ୟକଳାପ ଅଟକି ରହିଥିଲା । ଛତିଶଗଡ ଏବଂ ରାଜସ୍ଥାନରେ କଂଗ୍ରେସ ନିଜର ଶକ୍ତି ହରାଇଛି। ମଧ୍ୟପ୍ରଦେଶକୁ ଭାଜପା ହାତରୁ ଛଡ଼ାଇବାର ସ୍ବପ୍ନ ସତ୍ୟ ହୋଇନି।

କଂଗ୍ରେସ ବଡ଼ ପରାଜୟର ସମ୍ମୁଖୀନ ହେବା ମାତ୍ରେ ସହଯୋଗୀ ଦଳ ଆକ୍ରମଣାତ୍ମକ ହୋଇଛନ୍ତି। ଏସପି ମୁଖପାତ୍ର ଆମିକ ଜାମି କହିଛନ୍ତି କଂଗ୍ରେସକୁ ବର୍ତ୍ତମାନ ନିଷ୍ପତ୍ତି ନେବାକୁ ପଡିବ ଏହା କେବଳ ଭାଜପା ସହ ଲଢ଼ିବ ଆଞ୍ଚଳିକ ଦଳଙ୍କ ସହ ଲଢ଼ିବ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାନସଭା ନିର୍ବାଚନରେ ପରାଜୟକୁ କଂଗ୍ରେସର ଅହଂକାର ବୋଲି କହିଛନ୍ତି। ଅନ୍ୟ ସହଯୋଗୀ ଦଳର ନେତାମାନେ ମଧ୍ୟ କଂଗ୍ରେସର କାର୍ଯ୍ୟ କରିବା ଶୈଳୀକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri