Posted inଜାତୀୟ

ରାମ ଜନ୍ମଭୂମି ରାୟ ବିଳମ୍ବ କରିବାକୁ ଚାପ ପକାଯାଉଥିଲା: ପୂର୍ବତନ ବିଚାରପତି

ନୂଆଦିଲ୍ଲୀ, ୪।୬(ପି.ଟି.): ବଳାତ୍କାରର ସମ୍ମୁଖୀନ ହୋଇଥିବା ଜଣେ ମହିଳା ମାଙ୍ଗଳିକ କି ନୁହେଁ, ତାହା ଉପରେ ନିଷ୍ପତ୍ତି ନେବା ଲାଗି ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ଆଲ୍ଲାହାବାଦ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ଏଭଳି ଅସ୍ବାଭାବିକ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି।
ସୁପ୍ରିମକୋର୍ଟ ନିଜ ଆଡ଼ୁ ମାମଲାକୁ ବିଚାରକୁ ନେଇ ଶନିବାର ଏକ ସ୍ବତନ୍ତ୍ର ଅଧିବେଶନରେ ଶୁଣାଣି କରିଥିଲେ। ଜାମିନ ଆବେଦନର ଶୁଣାଣି ବେଳେ ଜ୍ୟୋତିଷ ରିପୋର୍ଟ ମଗାଯିବାର କାରଣ ଜଣାପଡ଼ୁନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଉତ୍ତରପ୍ରଦେଶର ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ଜଣକ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ମେ’ ୨୩ରେ ହାଇକୋର୍ଟ ଜାମିନ ଆବେଦନର ଶୁଣାଣି କରି ପୀଡ଼ିତା ମାଙ୍ଗଳିକ କି ନୁହେଁ, ସୁନିଶ୍ଚିତ କରିବା ପାଇଁ ଜ୍ୟୋତିଷ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ମହିଳା ଜଣକ ମାଙ୍ଗଳିକ ହୋଇଥିବାରୁ ଅଭିଯୁକ୍ତଙ୍କ ସହ ତାଙ୍କର ବିବାହ କରାଯାଇପାରିବ ନାହିଁ ବୋଲି ଅଭିଯୁକ୍ତଙ୍କ ପକ୍ଷର ଓକିଲ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ କରିଥିଲେ। ତେବେ ପୀଡ଼ିତା ମାଙ୍ଗଳିକ ନୁହନ୍ତି ବୋଲି ତାଙ୍କ ଓକିଲ ହାଇକୋର୍ଟଙ୍କୁ କହିଥିଲେ।
ହିନ୍ଦୁ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ମଙ୍ଗଳ ଗ୍ରହ ପ୍ରଭାବରେ ଜନ୍ମିତ ବ୍ୟକ୍ତିଙ୍କର ମଙ୍ଗଳ ଦୋଷ ରହିଥିବା ବିଶ୍ୱାସ କରାଯାଏ ଓ ତାଙ୍କୁ ‘ମାଙ୍ଗଳିକ’ କୁହାଯାଇଥାଏ। ଜଣେ ମାଙ୍ଗଳିକ ଓ ଅମାଙ୍ଗଳିକଙ୍କ ମଧ୍ୟରେ ବିବାହ ଅଶୁଭ ଓ ବିପଜ୍ଜନକ ହୋଇପାରେ ବୋଲି ଅଧିକାଂଶ ଅନ୍ଧବିଶ୍ୱାସୀ ହିନ୍ଦୁ ବିଶ୍ୱାସ କରିଥାନ୍ତି। ଜଷ୍ଟିସ୍‌ ସୁଧାଂଶୁ ଧୁଲିଆ ଏବଂ ପଙ୍କଜ ମିଥଲଙ୍କ ଖଣ୍ଡପୀଠ ଏହା ଉପରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ପ୍ରଶ୍ନ କରିଥିଲେ। ଏହା ଚିନ୍ତାଜନକ ବୋଲି ମେହେଟ୍ଟା କହିବା ସହ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସ୍ଥଗିତାଦେଶ ଲଗାଇବାକୁ ଖଣ୍ଡପୀଠଙ୍କୁ ଅନୁରୋଧ କରିଥିଲେ। ଉଭୟ ପକ୍ଷଙ୍କ ମତାମତ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଅଭିଯୁକ୍ତଙ୍କ ପକ୍ଷର ଓକିଲ କହିବାରୁ ଏହା ମାମଲାଠାରୁ ସମ୍ପୂର୍ଣ୍ଣ ବାହାରେ ବୋଲି ସର୍ବୋଚ୍ଚ ଅଦାଲତ କହିବା ସହ ଏହାଦ୍ୱାରା ଗୋପନୀୟତା ଅଧିକାର କ୍ଷୁଣ୍ଣ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri