ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ

ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍‌ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ କାରବାରକୁ କଡ଼ା ନଜର ରଖିବାକୁ ଟିମ୍‌ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି। ପୂର୍ବାହ୍ନରେ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମତ୍ସ୍ୟ ଅବତରଣ କେନ୍ଦ୍ରଠାରୁ ଏକ ଅତ୍ୟାଧୁନିକ ହାଇ ସ୍ପିଡ ବୋଟରେ ସାମୁଦ୍ରିକ ସମରାଭ୍ୟାସ ପାଇଁ ଯାତ୍ରା ଆରମ୍ଭ କରିଥିଲେ। ବଙ୍ଗୋପସାଗର ମୁହାଣ, ହୁକିଟୋଲା, ପାରାଦୀପ ନେହୁରୁବଙ୍ଗଳା ମୁହାଣଠାରୁ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ପାର୍ଶ୍ୱ ଅଞ୍ଚଳରେ ପଇଁତରା ମାରି ମାଛ ଧରିବା ବୋଟ, ଟ୍ରଲରଗୁଡ଼ିକ ଯାଞ୍ଚ କରି ପରିଚୟ ପତ୍ର ତନଖି କରିଥିଲେ। ଗଭୀର ସମୁଦ୍ରରେ କୌଣସି ସନ୍ଦିଗ୍ଧ ବୋଟ, ଟ୍ରଲର ବ୍ୟକ୍ତିଙ୍କୁ ଦେଖିବା ମାତ୍ରେ ତୁରନ୍ତ ପୋଲିସ ଓ ଗୋଇନ୍ଦା ବିଭାଗକୁ ଖବର ଦେବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଏହି ଦୁଇ ଦିନିଆ ସାମୁଦ୍ରିକ ସମରାଭ୍ୟାସ ସାଗର କବଚ ଟିମ୍‌ରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ପୋଲିସ ଟିମ୍‌, ପାରାଦୀପସ୍ଥିତ କୋଷ୍ଟଗାର୍ଡ ଅଧିକାରୀ ଓ ସାମୁଦ୍ରିକ ମତ୍ସ୍ୟ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ବିଶ୍ୱାଳଙ୍କୁ ପଚାରିବାରେ ଦୁଇଦିନିଆ ସାମୁଦ୍ରିକ ସମରାଭ୍ୟାସ ସାଗର କବଚରେ ସୁରକ୍ଷା ଅଧିକାରୀ ସାମିଲ ହୋଇଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri