ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟଣା: ୩ ଗିରଫ

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ମୁକୁନ୍ଦପ୍ରସାଦର ମହମ୍ମଦ ସାଜିବ ଓରଫ ସାଜୁ ହତ୍ୟାାକାଣ୍ଡରେ ଶିଳ୍ପାଞ୍ଚଳ ପୋଲିସ ୩ ଅଭିଯୁକ୍ତଙ୍କ ଗିରଫ କରିଥିବା ଏସପି ଅବିନାଶ କୁମାର ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ମୁକୁନ୍ଦପ୍ରସାଦ ପୋଡାସାହିର ବିଶ୍ବଜିତ ମହାରଣା(୧୯) ଓରଫ ମିକିନା, ମୁକେଶ ସେଠୀ ଓରଫ ଟିମର(୨୬) ଏବଂ ଜଗତସିଂହପୁର ଥାନା ଅନ୍ତର୍ଗତ କାଳିଆବରା ଗ୍ରାମର ଆଶିଷ ପଟ୍ଟନାୟକ(୧୯)। ବର୍ତ୍ତମାନ ସେ ମୁକୁନ୍ଦପ୍ରସାଦ ବଉଳସାହିର ବାସିନ୍ଦା। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଓ ଅନ୍ୟ ସାମଗ୍ରୀ ଜବତ କରିଛି।
ଗତ ରବିବାର ସାଜୁ ବାଇକ ଧରି ଘରୁ ବାହାରି କୌଣସି କାମରେ ଯାଉଥିଲେ। ଚାଚେରା ଶବରସାହି ଛକରେ ଅଭିଯୁକ୍ତ ମାନେ ଅତର୍କିତ ଭାବେ ଖଣ୍ଡାରେ ଆକ୍ରମଣ କରିଥିଲେ। ସାଜୁ ସେଠାରୁ ଦୌଡି ଯାଇ ଏକ ବ୍ୟାରେଜରେ ପସିଯିବା ବେଳେ ଅଭିଯୁକ୍ତ ମାନେ ଖଣ୍ଡାରେ ହାଣି ହତ୍ୟା କରି ଫେରାର ହୋଇଯାଇଥିଲେ।
ସାଜୁଙ୍କ ହତ୍ୟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ମୁକୁନ୍ଦପ୍ରସାଦ ଛକରେ ମୃତଦେହ ରଖି ଟାୟର ଜାଲି ରାସ୍ତାରୋକ କରିଥିଲେ। ଏପରିକି ଉତ୍ତେଜିତ ଲୋକେ ପୋଡାସାହି, ଦଧିବାମନ ସାହିରେ ଘରେ ପସି ଭଙ୍ଗାରୁଜା, ପୋଡାଜଳା, ବାଇକ ଭାଙ୍ଗିବା ସହ ମନ୍ଦିର ସିଂହ ଭାଙ୍ଗିବା, ଗୋଶାଳାରେ ଭଙ୍ଗାରୁଜା, ଗୋରୁଗାଈଙ୍କୁ ହାଣିଥିଲେ। ପରିସ୍ଥିତି ଅଣାୟତ ହେବାରୁ ଡିଜିୱାଇଭି ଖୁରାନିଆ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଜିଲାପାଳ, ଏସ୍‌ପି ଶାନ୍ତି ବଜାୟ ରଖିବା ପାଇଁ ଅପିଲ କରିଛନ୍ତି।
ଉପ ଜିଲାପାଳ ଦୀପ୍ତିରଞ୍ଜନ ସେଠୀ ମୁକୁନ୍ଦପ୍ରସାଦର ୫ଟି ୱାର୍ଡରେ ବିଏନ୍‌ଏସ୍‌ ୧୬୩ ଧାରା ଜାରି କରିଛନ୍ତି। ଏହା ବଳବତ୍ତର ରହିଛି। ଏହି ଧାରା ଅନୁସାରେ ଏହି ୫ଟି ୱାର୍ଡରେ ଔଷଧ ଦୋକାନକୁ ବାଦ ଦେଲେ ସମସ୍ତ ଦୋକାନ ବଜାର, ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିଛି। ସମସ୍ତ ଛକରେ ପୋଲିସ ପଇଁତରା ମାରୁଛନ୍ତି, ୧୫ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୋଲିସ ପାଟ୍ରୋଲିଂ ଚାଲିଛି। ସ୍ଥିତି ସ୍ବାଭାବିକ ରହିଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri