ପୂର୍ବ ନାମାଙ୍କନ ବଳବତ୍ତର

ଛତ୍ରପୁର,୨୪।୩(ଡି.ଏନ.ଏ.): ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୨ ତାରିଖରେ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନ ଧାର୍ଯ୍ୟ କରିଛନ୍ତି। ଗତ ୧୨ ତାରିଖରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ ବେଳେ ୫ଜଣ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ୧୫ ଦିନ ପାଇଁ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ଆଉ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ହେବନି, କେବଳ ଭୋଟ ଗ୍ରହଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାପଡିଛି ।
ସୂଚନାଯୋଗ୍ୟ, ଛତ୍ରପୁର ବ୍ଲକରେ ୧୮ ଜଣ ସମିତି ସଭ୍ୟାସଭ୍ୟ। ଅଗସ୍ତି ନୂଆଗାଁର ସମିତିସଭ୍ୟା କିରଣ କୁମାରୀ ଦାସ ଓ ସୁନ୍ଦରପୁର ସମିତିସଭ୍ୟା ସୁଜ୍ଞାନୀ ସେଠୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଗତ ୧୨ ତାରିଖରେ ନାମାଙ୍କନ ଦାଖଲ କରିଥିଲେ। ଏହି ଦୁଇ ଜଣଙ୍କ ନାମାଙ୍କନପତ୍ର କାଏମ ରହିଛି । ତେଣୁ ଉଭୟଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ୱିତା ହେବ। ଆସନ୍ତା ୨୫ ତାରିଖରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ, ସମସ୍ତ ସମିତିସଭ୍ୟଙ୍କୁ ନୋଟିସ ଜାରି ହେବ। ଏପ୍ରିଲ ୨ ତାରିଖରେ ଭୋଟ ଗ୍ରହଣ ହେବ। ସେହିଦିନ ଭୋଟ ଗଣତି ଏବଂ ପରେ ଫଳାଫଳ ଘୋଷଣା ହେବ। ସୂଚନାଯୋଗ୍ୟ, ୫ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ବାତିଲ କରାଯାଇଥିଲା। ଏହାର ପ୍ରତିବାଦ କରି ବ୍ଲକର ୧୨ ଜଣ ସମିତିସଭ୍ୟ ଓ ତାଙ୍କ ବିଜେଡି ଏବଂ ସିପିଆଇ ସମର୍ଥକମାନେ ଜ଼ିଲାପାଳଙ୍କ ବଙ୍ଗଳା ଆଗରେ ଧାରଣା ଦେଇଥିଲେ। ଅନ୍ୟପକ୍ଷରେ ଥିବା ୬ ସମିତିସଭ୍ୟ ମଧ୍ୟ ବିଜେଡି ସମର୍ଥିତ। ବିଜେଡି ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ବିବାଦ ଯୋଗୁ ଏପରି ଅଚଳବସ୍ଥା ହୋଇଥିଲା। ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପରେ ଉପାଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୧୩ ତାରିଖରେ ହେବ। ଏଥିପାଇଁ ସେହିଦିନ ନାମାଙ୍କନ, ଭୋଟ, ଗଣତି ଓ ପରେ ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ
କମିଶନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri