ପୂର୍ବ ନାମାଙ୍କନ ବଳବତ୍ତର

ଛତ୍ରପୁର,୨୪।୩(ଡି.ଏନ.ଏ.): ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୨ ତାରିଖରେ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନ ଧାର୍ଯ୍ୟ କରିଛନ୍ତି। ଗତ ୧୨ ତାରିଖରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ ବେଳେ ୫ଜଣ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ୧୫ ଦିନ ପାଇଁ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ଆଉ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ହେବନି, କେବଳ ଭୋଟ ଗ୍ରହଣ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରୁ ଜଣାପଡିଛି ।
ସୂଚନାଯୋଗ୍ୟ, ଛତ୍ରପୁର ବ୍ଲକରେ ୧୮ ଜଣ ସମିତି ସଭ୍ୟାସଭ୍ୟ। ଅଗସ୍ତି ନୂଆଗାଁର ସମିତିସଭ୍ୟା କିରଣ କୁମାରୀ ଦାସ ଓ ସୁନ୍ଦରପୁର ସମିତିସଭ୍ୟା ସୁଜ୍ଞାନୀ ସେଠୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଗତ ୧୨ ତାରିଖରେ ନାମାଙ୍କନ ଦାଖଲ କରିଥିଲେ। ଏହି ଦୁଇ ଜଣଙ୍କ ନାମାଙ୍କନପତ୍ର କାଏମ ରହିଛି । ତେଣୁ ଉଭୟଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ୱିତା ହେବ। ଆସନ୍ତା ୨୫ ତାରିଖରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ, ସମସ୍ତ ସମିତିସଭ୍ୟଙ୍କୁ ନୋଟିସ ଜାରି ହେବ। ଏପ୍ରିଲ ୨ ତାରିଖରେ ଭୋଟ ଗ୍ରହଣ ହେବ। ସେହିଦିନ ଭୋଟ ଗଣତି ଏବଂ ପରେ ଫଳାଫଳ ଘୋଷଣା ହେବ। ସୂଚନାଯୋଗ୍ୟ, ୫ ସମିତିସଭ୍ୟଙ୍କୁ କରୋନା ହୋଇଥିବା ଦର୍ଶାଇ ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ବାତିଲ କରାଯାଇଥିଲା। ଏହାର ପ୍ରତିବାଦ କରି ବ୍ଲକର ୧୨ ଜଣ ସମିତିସଭ୍ୟ ଓ ତାଙ୍କ ବିଜେଡି ଏବଂ ସିପିଆଇ ସମର୍ଥକମାନେ ଜ଼ିଲାପାଳଙ୍କ ବଙ୍ଗଳା ଆଗରେ ଧାରଣା ଦେଇଥିଲେ। ଅନ୍ୟପକ୍ଷରେ ଥିବା ୬ ସମିତିସଭ୍ୟ ମଧ୍ୟ ବିଜେଡି ସମର୍ଥିତ। ବିଜେଡି ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ବିବାଦ ଯୋଗୁ ଏପରି ଅଚଳବସ୍ଥା ହୋଇଥିଲା। ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପରେ ଉପାଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୧୩ ତାରିଖରେ ହେବ। ଏଥିପାଇଁ ସେହିଦିନ ନାମାଙ୍କନ, ଭୋଟ, ଗଣତି ଓ ପରେ ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ
କମିଶନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ବାଘୁଆ ଜଳଭଣ୍ଡାରରେ ଖୋଲିଲା ୨ ଗେଟ୍, ୪ ବର୍ଷ ପରେ ବଢ଼ି ପାଣି ଦେଖିଲେ ଲୋକେ

ବୁଗୁଡ଼ା,୨୪ା୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୁଆ ଜଳଭଣ୍ଡାରର ଖୋଲିଲା ଗେଟ୍ । ଜଳସ୍ତରର ବିପଦକୁ ଆଖି ଆଗରେ ରଖି ଜଳ ସେଚନ ବିଭାଗ ବୁଧବାର ଦିନ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?