ପୂର୍ବରୁ ବାଦ୍‌ ପଡ଼ିଥିଲେ, କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରୀ ହେଲେ: ଭାଜପା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟ ସରକାର ପୂର୍ବରୁ ଯେଉଁମାନଙ୍କୁ ମନ୍ତ୍ରିମଣ୍ଡଳରୁ ଅପସାରଣ କରିଥିଲେ, ଦକ୍ଷ ଓ ବରିଷ୍ଠ ବୋଲି ଦର୍ଶାଇ ସେମାନଙ୍କୁ ପୁଣି ସାମିଲ କରିଛନ୍ତି। ସୋମବାର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ୩ ଜଣ ମନ୍ତ୍ରୀ ପୂର୍ବରୁ କ’ଣ ଦକ୍ଷ କିମ୍ବା ବରିଷ୍ଠ ନ ଥିଲେ କି ବୋଲି ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରଶ୍ନ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ଯେଉଁମାନେ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ଯଦି ସେମାନେ ଦକ୍ଷ ଥିଲେ ତେବେ ଗତଥର ସେମାନଙ୍କୁ ମନ୍ତ୍ରିମଣ୍ଡଳରୁ କାହିଁକି ଅନ୍ତର କରାଯାଇଥିଲା। ବର୍ତ୍ତମାନ ସେମାନଙ୍କୁ କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରିମଣ୍ଡଳରେ ସାମିଲ କରାଗଲା। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମାନଙ୍କୁ କ’ଣ ଦକ୍ଷ ଭାବୁ ନ ଥିଲେ। ହଠାତ୍‌ ସେମାନଙ୍କର କେଉଁ ଦକ୍ଷତା ଫେରିଆସିଲା ତାହା ସ୍ପଷ୍ଟ କରିବେ କି ବୋଲି ଗୋଲକ ପ୍ରଶ୍ନ କରିଛନ୍ତି। ଓଡ଼ିଶାରେ କିଭଳି ମନ୍ତ୍ରୀମାନେ କାର୍ଯ୍ୟ କରନ୍ତି ତାହା ଦିବାଲୋକ ପରି ସ୍ପଷ୍ଟ। ନୂତନ ଶିକ୍ଷା ବର୍ଷ ଆରମ୍ଭ ସମୟରେ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀଙ୍କୁ ରାତି ଅଧରେ ବିଜେଡି ସରକାର ବହିଷ୍କାର କରି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ଶିକ୍ଷା ସହ ଖେଳ ଖେଳୁଛନ୍ତି। ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ଦ୍ୱାରା ବିଜେଡି ଶାସନ ଶୈଳୀ ଉପରେ କିଛି ପ୍ରଭାବ ପଡ଼ିବ ନାହିଁ। ଓଡ଼ିଶାର ଶାସନରେ କିଛି ନୂତନତ୍ୱ ନାହିଁ ବୋଲି ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri