ପୂର୍ବରୁ ବାଦ୍‌ ପଡ଼ିଥିଲେ, କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରୀ ହେଲେ: ଭାଜପା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟ ସରକାର ପୂର୍ବରୁ ଯେଉଁମାନଙ୍କୁ ମନ୍ତ୍ରିମଣ୍ଡଳରୁ ଅପସାରଣ କରିଥିଲେ, ଦକ୍ଷ ଓ ବରିଷ୍ଠ ବୋଲି ଦର୍ଶାଇ ସେମାନଙ୍କୁ ପୁଣି ସାମିଲ କରିଛନ୍ତି। ସୋମବାର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ୩ ଜଣ ମନ୍ତ୍ରୀ ପୂର୍ବରୁ କ’ଣ ଦକ୍ଷ କିମ୍ବା ବରିଷ୍ଠ ନ ଥିଲେ କି ବୋଲି ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରଶ୍ନ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ଯେଉଁମାନେ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ଯଦି ସେମାନେ ଦକ୍ଷ ଥିଲେ ତେବେ ଗତଥର ସେମାନଙ୍କୁ ମନ୍ତ୍ରିମଣ୍ଡଳରୁ କାହିଁକି ଅନ୍ତର କରାଯାଇଥିଲା। ବର୍ତ୍ତମାନ ସେମାନଙ୍କୁ କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରିମଣ୍ଡଳରେ ସାମିଲ କରାଗଲା। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମାନଙ୍କୁ କ’ଣ ଦକ୍ଷ ଭାବୁ ନ ଥିଲେ। ହଠାତ୍‌ ସେମାନଙ୍କର କେଉଁ ଦକ୍ଷତା ଫେରିଆସିଲା ତାହା ସ୍ପଷ୍ଟ କରିବେ କି ବୋଲି ଗୋଲକ ପ୍ରଶ୍ନ କରିଛନ୍ତି। ଓଡ଼ିଶାରେ କିଭଳି ମନ୍ତ୍ରୀମାନେ କାର୍ଯ୍ୟ କରନ୍ତି ତାହା ଦିବାଲୋକ ପରି ସ୍ପଷ୍ଟ। ନୂତନ ଶିକ୍ଷା ବର୍ଷ ଆରମ୍ଭ ସମୟରେ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀଙ୍କୁ ରାତି ଅଧରେ ବିଜେଡି ସରକାର ବହିଷ୍କାର କରି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ଶିକ୍ଷା ସହ ଖେଳ ଖେଳୁଛନ୍ତି। ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ଦ୍ୱାରା ବିଜେଡି ଶାସନ ଶୈଳୀ ଉପରେ କିଛି ପ୍ରଭାବ ପଡ଼ିବ ନାହିଁ। ଓଡ଼ିଶାର ଶାସନରେ କିଛି ନୂତନତ୍ୱ ନାହିଁ ବୋଲି ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri