କଳାହାଣ୍ଡି ପାଇଁ ଗୌରବ: ରାଷ୍ଟ୍ରପତି ପଦକ ପାଇଲେ ଏସ୍‌ଏଜି କମାଣ୍ଡୋ ସୁଶାନ୍ତ ସାଗର

ଭବାନୀପାଟଣା,୧୭।୮(ଉତ୍ତମ କୁମାର ଦାଶ)-ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀରେ  ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାହସିକତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ୟାସୀ କୁଣ୍ଡାମାଲ ଗ୍ରାମର  ଏସ୍‌ଓଜି କମାଣ୍ଡୋ ସୁଶାନ୍ତ କୁମାର ସାଗରଙ୍କୁ ରାଷ୍ଟ୍ରପତି ପଦକ ମିଳିଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ସୁଶାନ୍ତଙ୍କୁ ପ୍ରଦାନ କରିଛନ୍ତି। ଏହାକୁ ନେଇଁ କଳାହାଣ୍ଡି ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ରବିବାର ନିଜ ଗାଁ ସନ୍ୟାସୀ କୁଣ୍ଡାମାଲଠାରେ କମାଣ୍ଡୋ ସୁଶାନ୍ତ ସାଗର ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଭବ୍ୟ ସମ୍ବର୍ଦ୍ଧନା ଦେଇଛନ୍ତି। ଗ୍ରାମର ଛକ ଠାରୁ  ଗ୍ରାମବାସୀ ତାଙ୍କୁ ଫୁଲ ମାଲ ପିନ୍ଧାଇ ବାଜା ବଜାଇ ଶୋଭାଯାତ୍ରା ମାଧ୍ୟମରେ ଗ୍ରାମ୍ୟ ପରିକ୍ରମା କରିଥିଲେ। ଏହି ସମୟରେ ଜୟ ଜୱାନ, ଭାରତ ମାତା କି ଜୟ, ବନ୍ଦେ ମାତରମ, ସୁଶାନ୍ତ ସାଗର ଜିନ୍ଦାବାଦ  ନାରାରେ ଅଞ୍ଚଳ କମ୍ପି ଉଠିଥିଲା। ଏହି ସ୍ବାଗତ ବେଳେ ସନ୍ୟାସୀ କୁଣ୍ଡାମାଲର ସରପଞ୍ଚ  ରଶ୍ମିତା ନାଏକ, ପୂର୍ବତନ ସରପଞ୍ଚ  ଧନେଶ୍ୱର ନିଆଲ,  ପୂର୍ବତନ ସରପଞ୍ଚ  ଯୁଗଳ କିଶୋର ଅଧିକାରୀ, ପୂର୍ବତନ ସମିତି ସଦସ୍ୟା  କୁନ୍ତଳା ରାଉତ, ପୂର୍ବତନ ସମିତି ସଦସ୍ୟା ଟୁନି ନାଏକ ସହିତ ଗ୍ରାମର ଅନେକ ଗଣମାନ୍ୟ ବ୍ୟକ୍ତି ଶିଶୁ ଠାରୁ ଆରମ୍ଭ କରି ବୃଦ୍ଧ ପ୍ରର୍ଯ୍ୟନ୍ତ ସାମିଲ ହୋଇଥିଲେ। ସାବିତ୍ରୀ ସାଗର ଓ ସ୍ବର୍ଗତ ସନାତନ ସାଗରଙ୍କ ପୁଅ ସୁଶାନ୍ତ ଅଟନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri