କଳାହାଣ୍ଡି ପାଇଁ ଗୌରବ: ରାଷ୍ଟ୍ରପତି ପଦକ ପାଇଲେ ଏସ୍‌ଏଜି କମାଣ୍ଡୋ ସୁଶାନ୍ତ ସାଗର

ଭବାନୀପାଟଣା,୧୭।୮(ଉତ୍ତମ କୁମାର ଦାଶ)-ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀରେ  ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାହସିକତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ୟାସୀ କୁଣ୍ଡାମାଲ ଗ୍ରାମର  ଏସ୍‌ଓଜି କମାଣ୍ଡୋ ସୁଶାନ୍ତ କୁମାର ସାଗରଙ୍କୁ ରାଷ୍ଟ୍ରପତି ପଦକ ମିଳିଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ସୁଶାନ୍ତଙ୍କୁ ପ୍ରଦାନ କରିଛନ୍ତି। ଏହାକୁ ନେଇଁ କଳାହାଣ୍ଡି ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ରବିବାର ନିଜ ଗାଁ ସନ୍ୟାସୀ କୁଣ୍ଡାମାଲଠାରେ କମାଣ୍ଡୋ ସୁଶାନ୍ତ ସାଗର ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଭବ୍ୟ ସମ୍ବର୍ଦ୍ଧନା ଦେଇଛନ୍ତି। ଗ୍ରାମର ଛକ ଠାରୁ  ଗ୍ରାମବାସୀ ତାଙ୍କୁ ଫୁଲ ମାଲ ପିନ୍ଧାଇ ବାଜା ବଜାଇ ଶୋଭାଯାତ୍ରା ମାଧ୍ୟମରେ ଗ୍ରାମ୍ୟ ପରିକ୍ରମା କରିଥିଲେ। ଏହି ସମୟରେ ଜୟ ଜୱାନ, ଭାରତ ମାତା କି ଜୟ, ବନ୍ଦେ ମାତରମ, ସୁଶାନ୍ତ ସାଗର ଜିନ୍ଦାବାଦ  ନାରାରେ ଅଞ୍ଚଳ କମ୍ପି ଉଠିଥିଲା। ଏହି ସ୍ବାଗତ ବେଳେ ସନ୍ୟାସୀ କୁଣ୍ଡାମାଲର ସରପଞ୍ଚ  ରଶ୍ମିତା ନାଏକ, ପୂର୍ବତନ ସରପଞ୍ଚ  ଧନେଶ୍ୱର ନିଆଲ,  ପୂର୍ବତନ ସରପଞ୍ଚ  ଯୁଗଳ କିଶୋର ଅଧିକାରୀ, ପୂର୍ବତନ ସମିତି ସଦସ୍ୟା  କୁନ୍ତଳା ରାଉତ, ପୂର୍ବତନ ସମିତି ସଦସ୍ୟା ଟୁନି ନାଏକ ସହିତ ଗ୍ରାମର ଅନେକ ଗଣମାନ୍ୟ ବ୍ୟକ୍ତି ଶିଶୁ ଠାରୁ ଆରମ୍ଭ କରି ବୃଦ୍ଧ ପ୍ରର୍ଯ୍ୟନ୍ତ ସାମିଲ ହୋଇଥିଲେ। ସାବିତ୍ରୀ ସାଗର ଓ ସ୍ବର୍ଗତ ସନାତନ ସାଗରଙ୍କ ପୁଅ ସୁଶାନ୍ତ ଅଟନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri