ପୂଜାରୀଙ୍କ ଉନ୍ମତ କାଣ୍ଡ: ମନ୍ଦିର ଲଗାଇଦେଲେ ନିଆଁ

ବ୍ରହ୍ମପୁର ଅଫିସ,୨୨।୪: ପୂଜାରୀଙ୍କ ଉନ୍ମତ୍ତ କାଣ୍ଡ। ମନ୍ଦିରକୁ ପୂଜା କରିବାକୁ ଆସି କଲ୍ୟାଣ ମଣ୍ଡପରେ ପଡ଼ିଥିବା ଦୁଇଟି ସୋଫାରେ ନିଆଁ ଲଗାଇ ଦେଇ ପଳାଇଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ବ୍ରହ୍ମପୁରରେ। ଶୁକ୍ରବାର ସକାଳୁ ଗେଟବଜ଼ାର କୁଠାରୀ ମନ୍ଦିରର ପୂଜାରୀ ରାମଚନ୍ଦ୍ର ବେହେରା ମନ୍ଦିର ଭିତରକୁ ପ୍ରବେଶ କରିଥିଲେ।ଏହି ସମୟରେ ମନ୍ଦିର ଭିତର କଲ୍ୟାଣ ମଣ୍ଡପର ଦୁଇଟି ଦିୱାନ ସୋଫା ପଡି ରହିଥିଲା।
ପୂଜାରୀ ରାମଚନ୍ଦ୍ର ଦୁଇଟି ଜଳନ୍ତା ଦୀପ ଆଣି ସେଥିରେ ପକାଇଦେଇଥିଲେ। କିଛି ସମୟ ପରେ ତାହା ହୁତୁହୁତ ହୋଇ ଜଳିଥିଲା। ଏହି ସମୟରେ ଜଣେ ଶ୍ରଦ୍ଧାଳୁ ମନ୍ଦିରକୁ ଆସିବା ବେଳେ ଏହା ଦେଖି ଆଖପାଖ ଦୋକାନୀଙ୍କ ସହାୟତାରେ ନିଆଁ ଲିଭାଇଥିଲେ। ପାଖରେ ବସିଥିବା ଜଣେ ଦୃଷ୍ଟିହୀନ ବ୍ୟକ୍ତି ଏହି ନିଆଁ କବଳରୁ ଅଳ୍ପକେ ବର୍ତ୍ତି ଯାଇଥିଲେ।
ତେବେ ପୂଜାରୀ ଜଣଙ୍କ ନିଜେ ନିଆଁ ଲଗାଇ ଦୀପ ନିଆଁରେ ଭୁଲ ବଶତଃ ଅବା କୌଣସି ଭକ୍ତ ଜଳାଇଦେଲା ଭଳି ରୂପ ଦେବାକୁ ଚେଷ୍ଟା କରିଥିଲେ । କିନ୍ତୁ ସିସିଟିଭି କ୍ୟାମେରା ତାଙ୍କ ସତ ବାହାରକୁ ଆଣିଥିଲା। ପୂର୍ବରୁ ମନ୍ଦିର ହୁଣ୍ଡି ଭାଙ୍ଗି ଘଟଣାରେ ସେଭଳି ମନ୍ଦିରର କିଛି ପୂଜାରୀ ସମ୍ପୃକ୍ତ ଥିଲେ। ମନ୍ଦିର କଲ୍ୟାଣ ମଣ୍ଡପରେ ଭୋଜିଭାତର ଆସର ଜମୁଥିବା ବେଳେ ଏଭଳି କାଣ୍ଡ ସମସ୍ତଙ୍କୁ ଚିନ୍ତାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri