ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକର୍ଷଣ କରିବା ପାଇଁ ଖାତା, ବହି, ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଇଛି। ହେଲେ ଛାତ୍ରୀଛାତ୍ରଙ୍କୁ ଯେଭଳି ଗୁଣାତ୍ମକ ଶିକ୍ଷା ମିଳିବା କଥା, ତାହା ବାସ୍ତବକ୍ଷେତ୍ରରେ ହୋଇପାରୁନାହିଁ। କେଉଁଠି ଶିକ୍ଷକ ତ ଆଉ କେଉଁଠାରେ ପ୍ରଧାନ ଶିକ୍ଷକ ପଦବୀ ଖାଲିପଡ଼ିଛି। ସେହିପରି ଅନେକ ବ୍ଲକରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ(ଏବିଇଓ) ପଦବୀ ଖାଲିରହିଛି। ଏଥିଯୋଗୁ ପିଲାଙ୍କ ଭବିଷ୍ୟତ ଓ ପାଠପଢ଼ାକୁ ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟରେ ୧ଲକ୍ଷ ୩୫ହଜାର ୬୫୬ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ରହିଛି। ସେଥିମଧ୍ୟରୁ ୧ ଲକ୍ଷ ୧୮ ହଜାର ୬୮୩ଟି ପଦବୀ ପୂରଣ ହୋଇଥିବାବେଳେ ୧୬ହଜାର ୯୭୩ଟି ଖାଲିପଡ଼ିଛି। ସେହିପରି ଏବିଇଓ ପାଇଁ ୯୪୮ଟି ଅନୁମୋଦନ ପଦବୀ ରହିଥିଲେ ହେଁ କେବଳ ୫୨୧ଟି ପଦବୀ ପୂରଣ ହୋଇଛି। ଅବଶିଷ୍ଟ ୪୨୭ଟି ପଦବୀ ଖାଲି ରହିଥିବା ବିଭାଗୀୟ ତଥ୍ୟରୁ ଜଣାପଡ଼ିଛି।
ଏପରିକି ଲେଭଲ-୫(ବି) ବରିଷ୍ଠ ଶିକ୍ଷକ ପାଇଁ ସରକାରଙ୍କ ପକ୍ଷରୁ ୩୩,୩୯୮ଟି ମଞ୍ଜୁରୀପ୍ରାପ୍ତ ପଦବୀ ଥିବାବେଳେ ୨୨,୨୩୯ ଜଣ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ୧୧,୧୫୯ ପଦବୀ ଖାଲିରହିଛି। ସେହିପରି
ଲେଭଲ-୪ ଗ୍ରାଜୁଏଟ ଟିଚର (ବିଜ୍ଞାନ)ରେ ୧୭,୬୯୬ଟି ଅନୁମୋଦିତ ଶିକ୍ଷକ ପଦବୀ ରହିଛି। ସେଥିରୁ ୩୩୦୫ଟି ପଦବୀ ପୂରଣ ହୋଇଥିବାବେଳେ ୧୪,୩୯୧ଟି ଖାଲି ଅଛି। ଲେଭଲ-୪ ଗ୍ରାଜୁଏଟ ଟିଚର (କଳା)ରେ ୧୭,୬୯୬ଟି ଅନୁମୋଦିତ ଶିକ୍ଷକ ପଦବୀରୁ ୧୦,୭୦୬ଟି ପଦବୀରେ ଶିକ୍ଷକ ଥିବା ବେଳେ ୬୯୯୦ଟି ପଦ ଖାଲିରହିଛି। ଲେଭଲ-୪ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିମନ୍ତେ ଅନୁମୋଦିତ ୧୫,୭୭୨ଟି ପଦବୀ ମଧ୍ୟରୁ ୯,୧୫୮ଟିରେ ଶିକ୍ଷକ ଥିବାବେଳେ ୬,୬୧୪ଟି ପଦ ଖାଲି ରହିଛି। ସେହିପରି ଲେଭଲ-୩ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ପାଇଁ ୧୭,୬୯୬ଟି ପଦବୀରୁ ୪୦୬୪ଟି ପୂରଣ ହୋଇଥିବା ବେଳେ ୧୩,୬୩୨ଟି ପଦବୀ ଶୂନ୍ୟ ପଡ଼ିଛି। ଲେଭଲ-୩ ପ୍ରାଥମିକ ସ୍କୁଲର ବରିଷ୍ଠ ପ୍ରଧାନ ଶିକ୍ଷକ ପଦବୀ ୧୦୭୩ଟି ମଧ୍ୟରୁ ୨୯୮ଟି ପୂରଣ ହୋଇଥିବା ବେଳେ ୭୭୫ଟି ଖାଲି ପଡ଼ିଛି।
ସୂଚନା ମୁତାବକ, ରାଜ୍ୟରେ ମୋଟ ୪୧,୩୪୨ଟି ପ୍ରାଥମିକ ବିଦ୍ୟାଳୟ ରହିଛି। ସେଥିରୁ ୨୬,୪୫୪ଟି ସରକାରୀ ପ୍ରାଥମିକ ବିଦ୍ୟାଳୟ ହୋଇଥିବାବେଳେ ୧୪,୮୮୮ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ଏଥିସହ ରାଜ୍ୟରେ ୩,୯୯୨ଟି ବେସରକାରୀ ବିଦ୍ୟାଳୟ ଚାଲିଛି। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ୧ଲକ୍ଷ ୬୧ହଜାର ୨୫୬ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ମୋଟ ୫୩ ଲକ୍ଷ ୭୬ହଜାର ୫୫୬ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରୁଛନ୍ତି। ଏଥିସହ ୪,୫୫୯ ଜଣ ସିଆର୍‌ସିସି ଶିକ୍ଷା ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri