ସଙ୍କଟରେ ପ୍ରାଥମିକ ସ୍ବାସ୍ଥ୍ୟସେବା

ବଇଣ୍ଡା,୨।୭(ଡି.ଏନ.ଏ.) ୩ ବର୍ଷ ହେଲା ଖାଲି ପଡ଼ିଛି ଡାକ୍ତର ପଦବୀ। ଷ୍ଟାଫନର୍ସ, କମ୍ପାଉଣ୍ଡର ଓ ସୁଇପର ମଧ୍ୟ ନାହାନ୍ତି। ଚିକିତ୍ସା ପାଇଁ ଆସୁଥିବା ରୋଗୀ କିପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ନେଇ ଜିଲା ପ୍ରଶାସନ, ବିଧାୟକଙ୍କୁ ବାରମ୍ବାର ଅବଗତ କରିଛନ୍ତି ଅଞ୍ଚଳବାସୀ। ହେଲେ ଏହି ସମୟ ମଧ୍ୟରେ ଜଣେ ଏମ୍‌ବିବିଏସ୍‌ ଡାକ୍ତରଙ୍କୁ ନିଯୁକ୍ତି ଦେଇପାରିନାହାନ୍ତି ସରକାର। ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଙ୍ଗପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତି ଏପରି ସରକାରୀ ଅବହେଳା ଯୋଗୁ ଏଠାକାର ୩୫ ହଜାର ଲୋକଙ୍କ ପ୍ରାଥମିକ ସ୍ବାସ୍ଥ୍ୟସେବାରେ ସୃଷ୍ଟି ହୋଇଛି ସଙ୍କଟ।
ଅଙ୍ଗପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଅଙ୍ଗପଡା, ଧଡରପାଳ, ଝରାବେରେଣୀ, ସଞ୍ଜାମୁରା, ନାକିଚି, ଠେଲକନାଳି, ଊରୁକୁଳା, ହିମିତିରା ପଞ୍ଚାୟତବାସୀ ଚିକିତ୍ସା ପାଇଁ ନିର୍ଭରଶୀଳ। କିନ୍ତୁ ଏଠାରେ ଥିବା ଏକମାତ୍ର ଏମ୍‌ବିବିଏସ୍‌ ଡାକ୍ତରଙ୍କୁ ସରକାର ୨୦୧୯ ମସିହାରୁ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ପଠାଇ ଦେବା ପରଠାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ରର ରୋଗୀସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ବିଶେଷକରି ଏଠାକାର ଅନେକ ଅଞ୍ଚଳ ଜଙ୍ଗଲ ଅଧ୍ୟୁଷିତ ହୋଇଥିବାରୁ ଚିକିତ୍ସା ସେବା ପାଇଁ ଲୋକଙ୍କୁ ବହୁ ହଇରାଣ ହେବାକୁ ପଡ଼ୁଛି। ଥଣ୍ଡା କି ଜ୍ୱର ହେଲେ ରୋଗୀଙ୍କୁ ୧୦ କି.ମି. କିଶୋରନଗର ନଚେତ ୭୦ କି.ମି. ଦୂର ଅନୁଗୋଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିବାକୁ ହେଉଛି। ଦୀର୍ଘବର୍ଷ ହେଲା ଷ୍ଟାଫନର୍ସ ପଦବୀ ଖାଲି ପଡ଼ିଥିବାରୁ ଗ୍ରାମାଞ୍ଚଳରୁ ଆସୁଥିବା ଗର୍ଭବତୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଫଳରେ ଶେଷ ମୁହୂର୍ତ୍ତରେ ସେମାନଙ୍କୁ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଉଛି। ଏଠାରେ କେବଳ ଜଣେ ଆୟୁଷ ଡାକ୍ତର ଥିବାବେଳେ କମ୍ପାଉଣ୍ଡର ଗତ ୩୦ ତାରିଖରେ ଅବସର ନେଇଛନ୍ତି। ଡାକ୍ତରଖାନା ସଫେଇ ପାଇଁ ସୁଇପର ମଧ୍ୟ ନାହାନ୍ତି। ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ଔଷଧ ଠିକ୍‌ ଭାବେ ମିଳୁ ନ ଥିବା କେନ୍ଦୁନାଳି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅଙ୍ଗପଡା ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତ ପାଇଁ ୧୦ ଡିସେମ୍ବର ୨୦୧୯, ୫ ମାର୍ଚ୍ଚ ୨୦୨୦, ୨୯ ମେ ୨୦୨୧ରେ ଧଡରପାଳ ପଞ୍ଚାୟତବାସୀ ଜିଲା ପ୍ରଶାସନ ନିକଟରେ ଦାବି କରିଥିଲେ। ଏପରି କି କିଛି ମାସ ତଳେ ବଇଣ୍ଡାଠାରେ ଆୟୋଜିତ ସ୍ବାସ୍ଥ୍ୟମେଳାରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଆଠମଲ୍ଲିକ ବିଧାୟକଙ୍କୁ ଭେଟି ସମସ୍ୟା ଜଣାଇଥିଲେ। ହେଲେ ପ୍ରାଥମିକ ସ୍ବାସ୍ଥ୍ୟସେବାରେ ସୃଷ୍ଟି ହୋଇଥିବା ଏହି ଅସୁବିଧା ଦୂର ପାଇଁ ପ୍ରଶାସନ ପଦକ୍ଷେପ ନେଇ ନ ଥିବାରୁ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?