ଖୋଲିପାରେ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିଶ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ଆରମ୍ଭ କରିବା ପାଇଁ କୁହାଯିବ। ଏ ନେଇ ବୁଧବାର ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ସୂଚନା ଦେଇଛନ୍ତି।

ଶିଶୁମାନଙ୍କୁ ସୁରକ୍ଷା ବଳୟ ଭିତରେ ରଖିବା ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ଆଣିବାକୁ ସୁପାରିଶ କରାଯିବ। ଏନେଇ ମଙ୍ଗଳବାର ସବୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର, ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ କମିଶନଙ୍କ ଆଲୋଚନା ହୋଇଛି। ଶିଶୁମାନେ ଦୀର୍ଘ ଦିନ ହେଲା ଘରେ ରହି ମାନସିକ ଚାପର ସମ୍ମୁଖୀନ ହେଉଛନ୍ତି। ଏହା ଶିଶୁଙ୍କ ଶାରୀରିକ ବିକାଶରେ ମଧ୍ୟ ବାଧକ ହେବ ବୋଲି କିଛି ବିଶେଷଜ୍ଞ ମତ ଦେଇଛନ୍ତି। ତେଣୁ ଅଗ୍ରାଧିକାର ଭିତ୍ତିରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଖୋଲିବାକୁ ପରାମର୍ଶ ଦିଆଯିବ। ଦିନେ ଛଡ଼ା ଦିନେ ବା ଅଡ଼-ଇଭିନ ଫର୍ମୁଲା ବ୍ୟବହାର କରି ସ୍କୁଲ ଖୋଲିହେବ। ଏ ନେଇ ଖୁବଶୀଘ୍ର ସରକାରଙ୍କୁ ସୁପାରିଶ କରାଯିବ ବୋଲି ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri