ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା ପରେ ସେମାନେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି।

ବିଳମ୍ବିତ ରାତିରେ ବାବୁ ସିଂ ଓ ଟୁଡ଼ୁ ଧାରଣାସ୍ଥଳରେ ପହଞ୍ଚିଥିଲେ। ଶିକ୍ଷକଙ୍କ ଦାବି ପୂରଣ ନେଇ ସରକାର ସକାରାତ୍ମକ ଥିବା ସେମାନେ କହିଥିଲେ। ଏହାପରେ ଆନ୍ଦୋଳନକାରୀଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀ ଏଥିରେ ସହମତି ପ୍ରକାଶ କରିଥିଲେ। ପରେ ଶିକ୍ଷକ ସଂଘ ଆନ୍ଦୋଳନକୁ ୭ ଦିନ ପାଇଁ ସ୍ଥଗିତ ରଖାଯାଇଥିଲା। ଯଦି ୭ ଦିନ ଭିତରେ ସରକାରଙ୍କ ସହ ଆଲୋଚନା କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ।

ସୂଚନାଯୋଗ୍ୟଯେ, ଗତ ୬ତାରିଖ ଠାରୁ ବିଭିନ୍ନ ଦାବିରେ ଆନ୍ଦୋଳନକୁ ଆସିଥିଲା ପ୍ରାଥମିକ ଶିକ୍ଷକ ମହାସଂଘ। ରାଜ୍ୟର ବିଭିନ୍ନ ଜିଲାରୁ ହଜାର ହଜାର ଶିକ୍ଷକ ଅହୋରାତ୍ର ଧାରଣା ଦେଇଥିଲେ। ୭ ତାରିଖରେ ସଂଘ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା ।
କିନ୍ତୁ ଲିଖିତ ପ୍ରତିଶ୍ରୁତି ମିଳିଲେ ଆନ୍ଦୋଳନ ପ୍ରତ୍ୟାହାର କରିବୁ ବୋଲି ଶିକ୍ଷକ ମାନେ କହିଥିଲେ। ଏପରିକି ଗଣଶିକ୍ଷା ମନ୍ତ୍ରୀଙ୍କ ଅନୁରୋଧ ସତ୍ତ୍ୱେ ଆନ୍ଦୋଳନରୁ ହଟିବାକୁ ନାରାଜ ହୋଇଥିଲେ। ଶିକ୍ଷକ ଆନ୍ଦୋଳନକୁ ଆସିଥିବାରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଆନ୍ଦୋଳନକୁ ଯାଇଥିବା ଶିକ୍ଷକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଅନୁମତି ନଥିବାରୁ ସେମାନଙ୍କୁ ନୋଟିସ ୍ଯଯଯ ଜାରି ହୋଇଥିଲା।

ଆନ୍ଦୋଳନକାରୀଙ୍କ ମଧ୍ୟରୁ ଜଣଙ୍କର କହିବା କଥା, ଆନ୍ଦୋଳନକାରୀଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀ ବିଧାୟକ, ପୂର୍ବତନ କେନ୍ଦ୍ର ମନ୍ତ୍ରୀଙ୍କୁ ଧାରଣାସ୍ଥଳକୁ ଡାକିଥିଲେ। ତେଣୁ ବିଧାୟକ ଧାରଣାସ୍ଥଳରୁ ଯିବା ପରେ ଆନ୍ଦୋଳନକାରୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ଯୁକ୍ତିତର୍କ, ଠେଲାପେଲା ହୋଇଥିଲେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ

ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା  ବେଳେ ବାପା…

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri