ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା ପରେ ସେମାନେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି।

ବିଳମ୍ବିତ ରାତିରେ ବାବୁ ସିଂ ଓ ଟୁଡ଼ୁ ଧାରଣାସ୍ଥଳରେ ପହଞ୍ଚିଥିଲେ। ଶିକ୍ଷକଙ୍କ ଦାବି ପୂରଣ ନେଇ ସରକାର ସକାରାତ୍ମକ ଥିବା ସେମାନେ କହିଥିଲେ। ଏହାପରେ ଆନ୍ଦୋଳନକାରୀଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀ ଏଥିରେ ସହମତି ପ୍ରକାଶ କରିଥିଲେ। ପରେ ଶିକ୍ଷକ ସଂଘ ଆନ୍ଦୋଳନକୁ ୭ ଦିନ ପାଇଁ ସ୍ଥଗିତ ରଖାଯାଇଥିଲା। ଯଦି ୭ ଦିନ ଭିତରେ ସରକାରଙ୍କ ସହ ଆଲୋଚନା କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ।

ସୂଚନାଯୋଗ୍ୟଯେ, ଗତ ୬ତାରିଖ ଠାରୁ ବିଭିନ୍ନ ଦାବିରେ ଆନ୍ଦୋଳନକୁ ଆସିଥିଲା ପ୍ରାଥମିକ ଶିକ୍ଷକ ମହାସଂଘ। ରାଜ୍ୟର ବିଭିନ୍ନ ଜିଲାରୁ ହଜାର ହଜାର ଶିକ୍ଷକ ଅହୋରାତ୍ର ଧାରଣା ଦେଇଥିଲେ। ୭ ତାରିଖରେ ସଂଘ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା ।
କିନ୍ତୁ ଲିଖିତ ପ୍ରତିଶ୍ରୁତି ମିଳିଲେ ଆନ୍ଦୋଳନ ପ୍ରତ୍ୟାହାର କରିବୁ ବୋଲି ଶିକ୍ଷକ ମାନେ କହିଥିଲେ। ଏପରିକି ଗଣଶିକ୍ଷା ମନ୍ତ୍ରୀଙ୍କ ଅନୁରୋଧ ସତ୍ତ୍ୱେ ଆନ୍ଦୋଳନରୁ ହଟିବାକୁ ନାରାଜ ହୋଇଥିଲେ। ଶିକ୍ଷକ ଆନ୍ଦୋଳନକୁ ଆସିଥିବାରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଆନ୍ଦୋଳନକୁ ଯାଇଥିବା ଶିକ୍ଷକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଅନୁମତି ନଥିବାରୁ ସେମାନଙ୍କୁ ନୋଟିସ ୍ଯଯଯ ଜାରି ହୋଇଥିଲା।

ଆନ୍ଦୋଳନକାରୀଙ୍କ ମଧ୍ୟରୁ ଜଣଙ୍କର କହିବା କଥା, ଆନ୍ଦୋଳନକାରୀଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀ ବିଧାୟକ, ପୂର୍ବତନ କେନ୍ଦ୍ର ମନ୍ତ୍ରୀଙ୍କୁ ଧାରଣାସ୍ଥଳକୁ ଡାକିଥିଲେ। ତେଣୁ ବିଧାୟକ ଧାରଣାସ୍ଥଳରୁ ଯିବା ପରେ ଆନ୍ଦୋଳନକାରୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିଲା। ଯୁକ୍ତିତର୍କ, ଠେଲାପେଲା ହୋଇଥିଲେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri