ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ ଶିକ୍ଷକ, ଶ୍ରେଣୀ କୋଠରି, ରୋଷେଇ ଗୃହ ଓ ପାଚେରି ନ ଥିବାରୁ ଛାତ୍ରୀଛାତ୍ରଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହି ବିଦ୍ୟାଳୟରେ ୫୭ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୨ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ପ୍ରଥମରୁ ପଞ୍ଚମ ଶ୍ରେଣୀ ଓ ଶିଶୁ ବାଟିକା ସହ ୬ଟି ଶ୍ରେଣୀ ରହିଛି। ପ୍ରଥମରୁ ତୃତୀୟ ଓ ଶିଶୁବାଟିକା ଛାତ୍ରୀଛାତ୍ର ଗୋଟିଏ କୋଠରିରେ ବସୁଥିବା ବେଳେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ପିଲା ବାରଣ୍ଡାରେ ବସି ପାଠପଢୁଛନ୍ତି। ୬ଟି ଶ୍ରେଣୀ ପାଇଁ ୨ ଜଣ ଶିକ୍ଷକ ଥିବାରୁ କିଭଳି ଶିକ୍ଷାଦାନ ହେଉଥିବ ତାହା ସହଜରେ ଅନୁମେୟ। ସୁନାବେଡ଼ା ଅଭୟାରଣ୍ୟ ଭିତରେ ହଲୁଆପାଲି ବିଦ୍ୟାଳୟ ରହିଛି। ଏଠାରେ ବନ୍ୟଜନ୍ତୁଙ୍କ ଭୟ ରହିଛି। ସ୍କୁଲ ପରିସରରେ ପାଚେରି ନ ଥିବାରୁ ଛାତ୍ରୀଛାତ୍ର ନିଜକୁ ସୁରକ୍ଷିତ ମଣୁନାହାନ୍ତି। ରୋଷେଇ ଗୃହ ଭାଙ୍ଗି ବିପଦପୂର୍ଣ୍ଣ ଅବସ୍ଥାରେ ଥିବାରୁ ବାହାରେ ରୋଷେଇ କାର୍ଯ୍ୟ ଚାଲିଛି। ଏହିସବୁ ସମସ୍ୟା ନେଇ ଗ୍ରାମବାସୀ ଅନେକ ଥର ପ୍ରଶାସନକୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏ ସଂକ୍ରାନ୍ତରେ ପ୍ରଧାନ ଶିକ୍ଷକ ବଳରାମ ନାଏକଙ୍କୁ ପଚାରିବାରୁ ଅଭୟାରଣ୍ୟ ସଂଲଗ୍ନ ବିଦ୍ୟାଳୟରେ କୌଣସି ସୁବିଧା ନାହିଁ। ବିଦ୍ୟାଳୟ କୋଠରି, ରୋଷେଇ ଗୃହ, ଶିକ୍ଷକ ଅଭାବ ରହିଛି। ଗାଁଠାରୁ ବାହାରେ ବିଦ୍ୟାଳୟ ରହିଥିବାରୁ ପିଲା ଅସୁରକ୍ଷିତ ଅବସ୍ଥାରେ ସ୍କୁଲ ଆସୁଥିବା ମନେକରୁ ା ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପାଇଁ ଆବଶ୍ୟକ ଶ୍ରେଣୀ କୋଠରି, ଶିକ୍ଷକ, ରୋଷେଇ ଗୃହ ସହ ବିଦ୍ୟାଳୟ ଚତୁଃପାର୍ଶ୍ୱରେ ପାଚେରି ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ା ଏ ସଂକ୍ରାନ୍ତରେ କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନିତା ପଣ୍ଡାଙ୍କୁ ପଚାରିବାରୁ ହଲୁଆପାଲି ପ୍ରାଥମିକ ବିଦ୍ୟାଲୟରେ ଅତିରିକ୍ତ ଶ୍ରେଣୀ କୋଠରି ଗୋଟିଏ ରହିଛି। ଏଥିରେ ୫ ଶ୍ରେଣୀର ପିଲାଙ୍କୁ ପାଠପଢା ହେଉଛି। ସେଥିରେ ପାଚେରି, ରୋଷେଇ ଗୃହ, ପାଇଖାନା ଓ ଆବଶ୍ୟକ ଶିକ୍ଷକ ନ ଥିବା ଆମ ପାଖକୁ ଅଭିଯୋଗ ଆସିଛି ା ଏ ନେଇ ଉପରିସ୍ଥ ଅଧିକାରୀଙ୍କୁ ଲିଖିତ ଭାବରେ ଜଣାଇଦେଇଛୁ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?