ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ ଶୁକ୍ରବାର ଶିକ୍ଷୟିତ୍ରୀଶିକ୍ଷକମାନେ ଗାନ୍ଧୀ ମାର୍ଗରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷକମାନେ ସମୂହ ଛୁଟିରେ ରହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମହାସଂଘର ଆବାହକ ରାମଲାଲ ପଟେଲ କହିଛନ୍ତି।
ଦାବି ସମ୍ପର୍କରେ ସେ କହିଛନ୍ତି, ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକଙ୍କ ମୂଳ ପଦବୀକୁ ଅପ୍‌ଗ୍ରେଡ କରି ଲେବୁଲ ୯ ଅନୁଯାୟୀ ମୂଳ ବେତନ ୩୫,୪୦୦ଟଙ୍କା ପ୍ରଦାନ କରନ୍ତୁ। ସେହିପରି ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରିବା ସହିତ ୬ଟି ନୋଶନାଲ ଇନକ୍ରିମେଣ୍ଟ ପ୍ରଦାନ କରିବାକୁ ଶିକ୍ଷୟିତ୍ରୀଶିକ୍ଷକମାନେ ଦାବି କରିଆସୁଛନ୍ତି। ରାଜ୍ୟରେ ପ୍ରାଥମିକ ଶିକ୍ଷକମାନେ ସ୍ପଳ୍ପ ଦରମା ପାଉଥିବାରୁ ମାନସିକ ଚିନ୍ତାରେ ରହୁଛନ୍ତି। ଫଳରେ ରାଜ୍ୟରେ ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିରେ ଅହେତୁକ ଅବନତି ଘଟୁଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତୁରନ୍ତ ସମସ୍ତ ଘଟଣାର ସମାଧାନ କଲେ ହିଁ ଶିକ୍ଷକମାନେ ବିଦ୍ୟାଳୟରେ ପାଠ ପଢ଼ାଇପାରିବେ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri