ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ: ୨ ଦଫା ଦାବି ନେଇ…

ଭୁବନେଶ୍ୱର,୧୭।୧୧(ଅନୁରାଧା ମହାରଣା):୨ ଦଫା ଦାବି ନେଇ ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ। ମୂଳ ପଦବୀକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍‌ ପେ’ ପ୍ରଦାନ, ୨୦୦୧ରୁ ୨୦୨୪ ମସିହା ପର୍ଯ୍ୟନ୍ତ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରି ୬ଟି ନୋଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ଦାବି ପୂରଣ ପାଇଁ ମହାସଂଘ ଏହି ନିଷ୍ପତ୍ତି ନେଇଛି। ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକ ବିକ୍ଷୋଭ ପ୍ରଦର୍ଶନ କରିବେ। ଏଥିପାଇଁ ରାଜ୍ୟ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଯାହା ପରିସ୍ଥିତି ଉପୁଜିବ, ସେଥିପାଇଁ ସରକାର ଦାୟୀ ରହିବେ ବୋଲି ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ମହାସଂଘର ଆବାହକ ରାମଲାଲ ପଟେଲଙ୍କ ଅଧ୍ୟକ୍ଷତାରେ ରବିବାର ଖାରବେଳ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏନେଇ ଆଲୋଚନା ହୋଇଛି। ୨୦୦୧ରୁ ନିଅଣ୍ଟିଆ ଅର୍ଥ ବ୍ୟବସ୍ଥା ସମୟରୁ ସ୍ବଳ୍ପ ବେତନରେ ଓ ଶିକ୍ଷା ବ୍ୟବସ୍ଥାକୁ ପ୍ରାଥମିକ ଶିକ୍ଷକ ସୁଦୃଢ଼ କରି ଆସୁଥିବାବେଳେ ଶିକ୍ଷକମାନଙ୍କ ଦାବୀକୁ ଉପେକ୍ଷା କରାଯାଉଛି। ପ୍ରାଥମିକ ଶିକ୍ଷକ ସରକାରଙ୍କ ଆର୍‌ଟିଇ, ଖାଦ୍ୟ ସୁରକ୍ଷା, ସ୍ବାସ୍ଥ୍ୟ ସଚେତନତା, କିଶୋରୀଙ୍କ ପାଇଁ ସ୍ବତନ୍ତ୍ର ଯୋଜନା ସହିତ ବିଭିନ୍ନ ଅଣଶୈକ୍ଷିକ କାର୍ଯ୍ୟକ୍ରମର ଅନୁପାଳନ କରୁଛନ୍ତି। ହେଲେ ସେମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ମହାସଂଘ ଅଭିଯୋଗ କରିଛି। ବୈଠକରେ ଓପିଟିଏ କାର୍ଯ୍ୟକାରୀ ସଭାପତି ପୂର୍ଣ୍ଣାନନ୍ଦ ଆଚାର୍ଯ୍ୟ, ଓଇବିଟିଏଫ ସଭାପତି ଅଜୟ କୁମାର ଧଳ, ଏଓପିଟିଏ ସଭାପତି ସୁଶାନ୍ତ ବେହେରା, ଓଇଟିଏ ସାଧାରଣ ସମ୍ପାଦକ ପ୍ରବୀଣ କୁମାର ଦାସ, ଲେଭଲ ଭି-ଏ ଆବାହକ ସୁବ୍ରତ କୁମାର ଧଳ, ଅଜିତ କୁମାର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?