Posted inଜାତୀୟ

୧୦ ନଭେମ୍ବର ପର୍ଯ୍ୟନ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ, ଷଷ୍ଠରୁ ଦ୍ୱାଦଶ ଅନଲାଇନରେ ପାଠପଢ଼ା…

ନୂଆଦିଲ୍ଲୀ,୫।୧୧ : ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଦିଲ୍ଲୀର ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ୧୦ ନଭେମ୍ବର ପର୍ଯ୍ୟନ୍ତ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ପ୍ରଦୂଷଣ ବୃଦ୍ଧି ନେଇ ଦିଲ୍ଲୀ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଦିଲ୍ଲୀର ଶିକ୍ଷା ମନ୍ତ୍ରୀ ମାର୍ଲେନା ଆତିଶି ଟୁଇଟରରେ ଲେଖିଛନ୍ତି ଯେହେତୁ ପ୍ରଦୂଷଣ ସ୍ତର ଅଧିକ ରହିଛି, ଦିଲ୍ଲୀର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ନଭେମ୍ବର ୧୦ ପର୍ଯ୍ୟନ୍ତ ବନ୍ଦ ରହିବ। ବିଦ୍ୟାଳୟଗୁଡ଼ିକରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପାଇଁ ଅନଲାଇନ ପାଠପଢ଼ା କରିବାର ବିକଳ୍ପ ଦିଆଯାଇଛି ।

ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆକଳନରୁ ଜଣାପଡିଛି ପଞ୍ଜାବରେ ଗତ ବର୍ଷ ତୁଳନାରେ କମ ପରାଳି ପୋଡା ଯାଇଛି। ପଞ୍ଜାବର ପରାଳି ପୋଡା ଧୂଆଁ ଦିଲ୍ଲୀରେ ପ୍ରଭାବ ପକାଇ ନ ଥାଏ। ହରିୟାଣା ଏବଂ ଉତ୍ତରପ୍ରଦେଶର ପରାଳି ଧୂଆଁ ଦିଲ୍ଲୀ ଉପରେ ଅଧିକ ପ୍ରଭାବ ପକାଇଥାଏ। ତେବେ ଏବେ ପବନର କୌଣସି ଗତିବିଧି ନାହିଁ। କେବଳ ପବନ ପ୍ରବାହିତ ହେଲେ ହିଁ ପଞ୍ଜାବର ଧୂଆଁ ଦିଲ୍ଲୀରେ ପହଞ୍ଚିବାର ଆଶଙ୍କା ରହିଛି। ବର୍ତ୍ତମାନ ଦିଲ୍ଲୀର ସବୁଆଡେ ଧୂଆଁ ବ୍ୟାପିଛି। ହରିୟାଣା ଏବଂ ଉତ୍ତରପ୍ରଦେଶର ପରାଳି ପୋଡ଼ା ଧୂଆଁ ଦିଲ୍ଲୀରେ ପହଞ୍ଚୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri