ଆନ୍ଦୋଳନରେ ପ୍ରାଥମିକ ଶିକ୍ଷକ

କୁଚିଣ୍ଡା,୧୧ା୯(ବିରଞ୍ଚତ୍ ଦର୍କା): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ କୁଚିଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ୩ଦଫା ଦାବିରେ ସୋମବାର କୁଚିଣ୍ଡା ବିଇଓ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ବ୍ଲକ ସଭାପତି ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ ସମସ୍ତ ବର୍ଗର ୧୭୫ରୁ ଊଦ୍ଧର୍‌ବ ଶିକ୍ଷୟିତ୍ରୀ ଶିକ୍ଷକ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବେ ବୋଲି କହିଛନ୍ତି।

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ୨୦୨୨ ନଭେମ୍ବର ୨୭ରେ ରାଜଧାନୀରେ ଆନ୍ଦୋଳନ କରାଯାଇଥିଲା। ତତ୍କାଳୀନ ମୁଖ୍ୟ ଶାସନ ସଚିବ ଶିକ୍ଷକ ନେତାଙ୍କ ସହ ଆଲୋଚନା କରି ପତ୍ର ସଂଖ୍ୟା-୧୦୯/୩୦ା୧୧ା୨୦୨୨ରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ୯ମାସ ପରେ ମଧ୍ୟ ଶିକ୍ଷକଙ୍କ ଦାବି ପୂରଣ କ୍ଷେତ୍ରରେ ସରକାର କୌଣସି ପଦକ୍ଷେପ ନେଲେ ନାହିଁ। ତେଣୁ ବ୍ଲକ ଅଧୀନ ସମସ୍ତ ବର୍ଗର ଶିକ୍ଷୟିତ୍ରୀଶିକ୍ଷକ ସାମୂହିକ ଛୁଟି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶିକ୍ଷକଙ୍କ ଆନ୍ଦୋଳନ ଫଳରେ ସ୍କୁଲଗୁଡିକରେ ଶିକ୍ଷାଦାନ ବ୍ୟାହତ ହୋଇଛି। ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦ ନ ହେବା ପାଇଁ ଅନ୍ୟ ସ୍କୁଲରୁ ଶିକ୍ଷକ ବ୍ୟବସ୍ଥା କରାଯାଇଛି। ଶିକ୍ଷକ ସଂଘର ୩ଦଫା ଦାବି ମଧ୍ୟରେ ସରକାର ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ କାର୍ଯ୍ୟରତ କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରି ଶିକ୍ଷା କର୍ମୀ ଓ ଶିକ୍ଷା ସହାୟକଙ୍କୁ ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ, ସମସ୍ତ ବର୍ଗର ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ ଏବଂ ନୂତନ ପେନ୍‌ସନ୍‌ ପ୍ରଥା ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ ଆଦି ଦାବି କରାଯାଇଛି।

ଆନ୍ଦୋଳନ ପରିଚାଳନାରେ ଜିଲା ସଭାପତି ଲଳିତ ମୋହନ ପୃଷେଠ, ପ୍ରକାଶ ପଟେଲ, ବାନେଶ୍ୱର ପଧାନ, ହରେଷ କୁମାର ପଟେଲ, ନବୀନ ସାହୁ, ଦୁଃଖବନ୍ଧୁ ସାହୁ, ଅନିଲ ପଟେଲ, ଯୋଗିନ୍ଦ୍ର ପଟେଲ, କଲ୍ୟାଣୀ ପଟେଲ, ହେଲେରୀ ଜେମସ ପ୍ରମୁଖ ସହଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?