ପ୍ରାଥମିକ ଶିକ୍ଷକ ସଂଘ ଦି’ ଫାଳ: ଗୋଟିଏ ଗୋଷ୍ଠୀ ଆନ୍ଦୋଳନରେ, ଅନ୍ୟ ଗୋଷ୍ଠୀ ପଢାଉଛନ୍ତି ପାଠ

ପୁରୁଷୋତ୍ତମପୁର,୧୪।୯(ସୀମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ପ୍ରାଥମିକ ଶିକ୍ଷକ ସଂଘ ଦୁଇ ଫାଳ ହୋଇପଡ଼ିଛି। ଯାହାକି ଶିକ୍ଷକଙ୍କ ଗୋଷ୍ଠୀକନ୍ଦଳ ପଦାରେ ପଡ଼ି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକମାନେ ଏକତ୍ରିତ ହୋଇ ଦାବି ପୂରଣ ନେଇ ବିଦ୍ୟାଳୟରେ ତାଲା ପକାଇ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଛନ୍ତି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୁରୁବାରଠାରୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ସମୁହ ଛୁଟିରେ ରହି ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଫଳରେ ପୁରୁଷୋତ୍ତମପୁର ବ୍ଲକରେ ଥିବା ୧୩୭ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ଅଧିକାଂଶ ବିଦ୍ୟାଳୟରେ ତାଲା ଝୁଲୁଛି। ଏପରିକି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ମଧ୍ୟ ତାଲା ପକାଇ ଆନ୍ଦୋଳନକୁ ଜୋରଦାର କରିଛନ୍ତି।

ହେଲେ କେତେକ ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ନ କରି କାର୍ଯ୍ୟରେ ଯୋଗଦେଇଥିବା ଜଣାପଡିଛି। ଫଳରେ ଭୂତସରସିଙ୍ଗି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ହାତଗଣତି କିଛି ବିଦ୍ୟାଳୟ ଖୋଲା ରହିଛି। ଫଳରେ ଶିକ୍ଷକ ସଂଘ ଦୁଇ ଫାଳ ହୋଇପଡିଥିବା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

ଏଭଳି ସ୍ଥିତିରେ କାର୍ଯ୍ୟରେ ଯୋଗଦେଇଥିବା କିଛି ଶିକ୍ଷକ କହିଛନ୍ତି ଯେ, ସେମାନେ ପୁରଣା ପେନସନ ଯୋଜନାରେ ରହିଛନ୍ତି। ଏହି ଆନ୍ଦୋଳନରେ ସେମାନଙ୍କ କିଛି ଲାଭ ନାହିଁ। ତେଣୁ ଆନ୍ଦୋଳନରେ ସାମିଲ ନ ହୋଇ ପିଲାଙ୍କ ଭବିଷ୍ୟତକୁ ଗୁରୁତ୍ୱ ଦେଇ ବିଦ୍ୟାଳୟ ଖୋଲି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରୁଥିବା କହିଛନ୍ତି। ବ୍ଲକରେ କାର୍ଯ୍ୟରତ ଥିବା ୫ଶହରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଭୋକ ଉପାସରେ ଧାରଣାରେ ବସିଥିବା ବେଳେ କିଛି ଶିକ୍ଷକ ଆନ୍ଦୋଳନକୁ ବିରୋଧ କରୁଥିବାରୁ ଅଭିଯୋଗ କରି ସେମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?