ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର: ଜାଣନ୍ତୁ କେମିତି କରିପାରିବେ ବଦଳି ଆବେଦନ

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କ ବଦଳି ଆବେଦନ ଆରମ୍ଭ ହୋଇଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମଙ୍ଗଳବାର ପୁଣି ଥରେ ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁଲାଇ ୧୯ ସୁଦ୍ଧା ବଦଳି ପ୍ରକ୍ରିୟା ଶେଷ କରିବାକୁ ଓସେପା, ଜିଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ଶିକ୍ଷକମାନେ ଜିଲା ଭିତରେ ଓ ବାହାରକୁ ବଦଳି ହେବାକୁ ଚାହିଁଲେ ଆବେଦନ କରିପାରିବେ।
ଉକ୍ତ କ୍ୟାଲେଣ୍ଡର ଅନୁଯାୟୀ, ମେ ୧୫ରୁ ଜୁନ ୬ ପର୍ଯ୍ୟନ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକମାନେ ବଦଳି ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଜୁନ ୯ରୁ ୧୬ ସୁଦ୍ଧା ବ୍ଲକ ଶିକ୍ଷା ଅଧିକାରୀ ଏବଂ ଜିଲା ଶିକ୍ଷା ଅଧିକାରୀମାନେ ଆବେଦନ ଫର୍ମଗୁଡିକର ଯାଞ୍ଚ କରିବା ସହିତ ଅପ୍‌ଲୋଡ୍‌ କରିବେ। ଜୁନ୍‌ ୨୦ରୁ ୨୧ ତାରିଖ ସୁଦ୍ଧା ମେଡିକାଲ ମାମଲାଗୁଡ଼ିକୁ ମେଡିକାଲ ବୋର୍ଡକୁ ପଠାଯିବ। ୩୦ରେ ମେଡିକାଲ ରିପୋର୍ଟ ମିଳିବା ପରେ ଜୁଲାଇ ୪ରୁ ୫ ଭିତରେ ରିପୋର୍ଟଗୁଡିକୁ ଅପ୍‌ଲୋଡ୍‌ କରାଯିବ। ୭ରୁ ୯ ତାରିଖ ମଧ୍ୟରେ ନିଜ ପସନ୍ଦ ଅନୁସାରେ ବଦଳି ଆବେଦନ କରିଥିବା ଚିଠିର ଅନୁଧ୍ୟାନ କରାଯିବ। ଏହାପରେ ଜୁଲାଇ ୧୦ରୁ ୧୬ ତାରିଖ ମଧ୍ୟରେ ଏକ ବୈଠକ ଜରିଆରେ ଯୋଗ୍ୟ ପ୍ରାର୍ଥୀଙ୍କ ଡ୍ରାଫ୍ଟ ଲିଷ୍ଟ ପ୍ରସ୍ତୁତ କରାଯିବ। ପରେ ଫାଇନାଲ ମେରିଟ ଲିଷ୍ଟ ଜୁଲାଇ ୧୮ରେ ଓସେପା ଓ୍ବେବ୍‌ସାଇଟରେ ପ୍ରକାଶ ପାଇବ। ଜୁଲାଇ ୧୮ରୁ ୧୯ରେ ବଦଳି ପାଇଁ ଶିକ୍ଷକଙ୍କୁ ଚିଠି କରାଯିବ। ଜୁଲାଇ ୨୫ରେ ବଦଳି ସ୍ଥାନରେ ଯୋଗଦେବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନେକ ଶିକ୍ଷକ ବଦଳି ପାଇଁ ସ୍ଥାନୀୟ ବିଧାୟକଙ୍କ ସୁପାରିସ ଚାହଁୁଥିଲେ ଓ ତାହା ମିଳିବାରେ ବିଳମ୍ବ ହେଉଥିଲା, ତେଣୁ ବଦଳି ସମୟସୀମାକୁ ବୃଦ୍ଧି କରାଯାଇଛି। ଯଦ୍ଦ୍ବାରା ବଦଳି ଆବେଦନରୁ ବଞ୍ଚତ୍ତ ହୋଇଥିବା ଶିକ୍ଷକମାନେ ପୁଣି ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri