ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଦାରିଙ୍ଗବାଡ଼ି,୧୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ଗାନ୍ଧୀଙ୍କ ଫଟୋରେ ମାଲ୍ୟାର୍ପଣ କରାଯାଇ ଧାରଣା ଦିଆଯାଇଥିଲା। ଏଥିସହ ସେମାନଙ୍କ ଦାବିକୁ ନେଇ ବିକ୍ଷୋଭ କରିବା ସହ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ପୂର୍ବରୁ ବିଭିନ୍ନ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି ନେଇ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ ଫେରାଦ ହେବା ସହ ଦାବି ପୂରଣ ପାଇଁ ବାରମ୍ବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହେଲେ ରାଜ୍ୟ ସରକାର ତାଙ୍କର ଦାବି ପୂରଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ନେଇ ଶିକ୍ଷକ ମହଲରେ ଅସନ୍ତୋଷ ପ୍ରକାଶ କରିଥିଲେ ଫଳରେ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନକୁ ବାଧ୍ୟ ହୋଇ ବନ୍ଦ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ ମୁଖ୍ୟତଃ ରାଜ୍ୟରେ ସରକାର ସମସ୍ତ ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ନିୟମିତ କରିବା ସହ ଶିକ୍ଷକର୍ମୀ ଓ ଶିକ୍ଷା ସହାୟକମାନଙ୍କ ଠିକା କାର୍ଯ୍ୟକାଳକୁ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ସହ ମୂଳ ଚାକିରିରେ ଗଣନା କରିବା ସହ ଗଣଶିକ୍ଷକ, ଏକ୍ସ କ୍ୟାଡର ଶିକ୍ଷକ, କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯିବା ସହ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ଦେବା ନୂତନ ପେନ୍‌ସନ୍‌ ଯୋଜନାକୁ ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ କରିବା ଆଦି ଦାବି କରିଛନ୍ତ। ମିଳିତ ଶିକ୍ଷକ ସଂଘ ଆନ୍ଦୋଳନରେ ସାମିଲ ହୋଇଥିବା ବେଳେ ଦାରିଙ୍ଗବାଡ଼ି ସଂଘର ସଭାପତି ଯାମିନୀକାନ୍ତ ପଡ୍ରା, ସମ୍ପାଦକ ସଂଗ୍ରାମ କୁମାର ନାୟକଙ୍କ ସମେତ ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ସାମିଲ ହୋଇଛନ୍ତି। ସେହିପରି ରାଜ୍ୟ ମହାସଂଘର ଆଞ୍ଚଳିକ ସମ୍ପାଦକ ବିଦେଶୀ ନାୟକ ମଧ୍ୟ ଗଣଧାରଣାରେ ଯୋଗଦେଇ ବ୍ଲକ ସଂଗଠନକୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?