ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟର ପ୍ରାଥମିକ ଶିକ୍ଷକ ୨ ଦଫା ଦାବି ନେଇ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇବା ସତ୍ତ୍ୱେ ରାଜ୍ୟ ସରକାର ସେମାନଙ୍କ ଦାବି ପୂରଣ କରିନାହାନନ୍ତି। ତେଣୁ ଶିକ୍ଷକମାନେ ସାମୂହିକ ଛୁଟିନେଇ ଆନ୍ଦୋଳନକୁ ଓହ୍ଳାଇବେ ବୋଲି ମିଳିତ ପ୍ରାଥମିକ ଶିକ୍ଷକ ମଞ୍ଚ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଗ୍ରୀଷ୍ମ ଅବକାଶ ପରେ ବିଦ୍ୟାଳୟ ଖୋଲିବା ମାତ୍ରେ ଏହି ଆନ୍ଦୋଳନକୁ ତୀବ୍ରତର କରାଯିବ। ଏଥିପାଇଁ ୧୭ ତାରିଖରେ ରାଜ୍ୟରେ କାର୍ଯ୍ୟରତ ସମସ୍ତ ଏନ୍‌ପିଏସ୍‌ ବର୍ଗର ସିଆର୍‌ସିସିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ଆବଶ୍ୟକ ସ୍ଥଳେ ବ୍ଲକ ଓ ଜିଲା ସ୍ତରରେ ଆନ୍ଦୋଳନକୁ ତୀବ୍ରତର କରାଯାଇ ଶିକ୍ଷକମାନେ ସାମୂହିକ ଛୁଟିରେ ରହି ଆନ୍ଦୋଳନ ଜାରି ରଖିବେ ବୋଲି ମଞ୍ଚର ଆବାହକ ମଳୟ କୁମାର ଜେନା ସୂଚନା ଦେଇଛନ୍ତି। ଦରମାରେ ୨୮୦୦ ଗ୍ରେଡ୍‌ ପେ’ ପ୍ରଦାନ ସହ ଠିକା ଅବଧିର ୬ ବର୍ଷକୁ ମୂଳ ଚାକିରିରେ ଗଣନା ଓ ୬ଟି ନୋଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ ଦାବି ନେଇ ମଞ୍ଚ ପକ୍ଷରୁ ୧୯ଦିନ ଧରି ସ୍ଥାନୀୟ ଲୋୟର ପିଏମଜିରେ ଧାରଣା ଦିଆଯାଇଛି। ଏନେଇ ଗଣଶିକ୍ଷା ମନ୍ତ୍ରୀ ଓ ଶିକ୍ଷା ସଚିବଙ୍କ ସମେତ ଅନ୍ୟ ପଦାଧିକାରୀଙ୍କୁ ମଞ୍ଚ ପକ୍ଷରୁ ଦାବିପତ୍ର ଦିଆଯିବା ସହିତ ଆଲୋଚନା ମଧ୍ୟ କରାଯାଇଛି । ମାତ୍ର ଦାବି ପୂରଣ ହୋଇନଥିବାରୁ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri