Posted inଜାତୀୟ

ଆସାମରେ ପ୍ରଧାନମନ୍ତ୍ରୀ,ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌-ସବ୍‌କା ବିକାଶ ସମ୍ଭବ…

ଗୁଆହାଟୀ, ୨୮।୪ : ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌,ସବ୍‌କା ବିକାଶ ସମ୍ଭବ ହୋଇପାରିଛି। ଆସାମର ଦିଫୁ ଠାରେ ଗୁରୁବାର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏଭଳି କହିଛନ୍ତିି।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ବି ଆଙ୍ଗ୍ଲୋଙ୍ଗର ମଞ୍ଜା ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟ, ପଶ୍ଚିମ କାର୍ବି ଆଙ୍ଗ୍ଲୋଙ୍ଗ କୃଷି ମହାବିଦ୍ୟାଳୟ, ଅମ୍ପାନି ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ସରକାରୀ କଲେଜ ସମେତ ବହୁ ଯୋଜନାର ଶିଳାନ୍ୟାସ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଆସାମର ଲୋକେ ଗତ ଦଶନ୍ଧି ମଧ୍ୟରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କିନ୍ତୁ ୨୦୧୪ପରେ, ଉତ୍ତର ପୂର୍ବର ସମସ୍ୟା କ୍ରମାଗତ ଭାବେ ହ୍ରାସ ପାଉଛି। ଲୋକମାନଙ୍କ ବିକାଶ ଧାରା ଜାରି ରହିଛି। କାର୍ବି ଆଙ୍ଗ୍ଲୋଙ୍ଗ କିମ୍ବା ଅନ୍ୟାନ୍ୟ ଆଦିବାସୀ ଅଞ୍ଚଳରେ ସରକାର ବିକାଶ ଏବଂ ବିଶ୍ୱାସର ନୀତି ଉପରେ କାର୍ଯ୍ୟ କରୁଛନ୍ତି।

ଆସାମର ସ୍ଥାୟୀ ଶାନ୍ତି ଏବଂ ଦ୍ରୁତ ବିକାଶ ପାଇଁ ଚୁକ୍ତିନାମାକୁ କାର୍ଯ୍ୟକାରୀ କରିବା କାର୍ଯ୍ୟ ଆଜି ଦ୍ରୁତ ଗତିରେ ଚାଲିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅସ୍ତ୍ରଶସ୍ତ୍ର ଛାଡି ରାଷ୍ଟ୍ର ନିର୍ମାଣ ପାଇଁ ଫେରି ଆସିଥିବା ସାଥୀମାନଙ୍କର ଥଇଥାନ କରିବା ପାଇଁ ଉତ୍ତମ କାର୍ଯ୍ୟ ମଧ୍ୟ କରାଯାଉଛି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ କେବଳ କୌଣସି କୋଠାର ମୂଳଦୁଆ ନୁହେଁ। ଏହା ଏଠାକାର ଯୁବପିଢ଼ିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମୂଳଦୁଆ। ବର୍ତ୍ତମାନ ଏଠାରେ ଉଚ୍ଚଶିକ୍ଷା ପାଇଁ ଉପଯୁକ୍ତ ବ୍ୟବସ୍ଥା ସହିତ ଗରିବ ଶ୍ରେଣୀର ଲୋକମାନେ ମଧ୍ୟ ନିଜ ପିଲାମାନଙ୍କୁ ଉନ୍ନତ ଶିକ୍ଷା ଦେଇପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri