Posted inଜାତୀୟ

ଜିମ୍‌ରେ ପ୍ରଧାନମନ୍ତ୍ରୀ..

ମିରଟ, ୨।୧ : ଉତ୍ତରପ୍ରଦେଶ ମିରଟରେ ମେଜର ଧାନଚାନ୍ଦ୍‌ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ଏକ ସ୍ପୋର୍ଟସ କମ୍ପ୍ଲେକ୍ସ୍‌ରେ ଥିବା ଜିମ୍‌ରେ ପହଞ୍ଚି କେତେକ ବ୍ୟାୟାମ କରିଛନ୍ତି। ଏଠାରେ ଥିବା ମେସିନ୍‌ ବୁଲି ଦେଖିବା ସହିତ ଏଗୁଡ଼ିକ କିପର କାମ କରୁଛି ତାହା ପଚାରି ବୁଝିଛନ୍ତି। ବିଡ଼ି ଓ୍ବେଟ୍‌ ଲାଟ୍‌ ପୁଲ୍‌ ମେସିନ୍‌ରେ ପ୍ରଧାନମନ୍ତ୍ରୀ ବସି ବ୍ୟାୟମ ମଧ୍ୟ କରିଛନ୍ତି। ଏହି ମେସିନ୍‌ ଶରୀରର ମାଂସପେଶୀକୁ ମଜବୁତ୍‌ କରିଥାଏ ବୋଲି ଇନଷ୍ଟ୍ରକଟର କହିଥିଲେ। ପ୍ରଧାନମନ୍ତ୍ରୀ ମେସିନ୍‌ରେ ୧୫ ଥର ଅଭ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ବ୍ୟାୟାମ କରୁଥିବାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

୭୦୦କୋଟି ଟଙ୍କା ବ୍ୟୟରେ ମେଜର ଧିାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟ ନିର୍ମାଣ କରାଯାଉଛି। ଏଥିରେ ଆଧୁନିକ ସୁବିଧା ବ୍ୟବସ୍ଥା ରହିବ। ଏଠାରେ ୧୦୮୦ ଖେଳାଳିଙ୍କୁ ଏକାସାଙ୍ଗରେ ତାଲିମ ଦିଆଯାଇପାରିବ। ଆଥଲେଟିକ୍ସ ପରି ବାହ୍ୟ ଖେଳ ପାଇଁ ୨୫ରୁ ୩୦ ହଜାର ଲୋକଙ୍କ ବସିବାର ବ୍ୟବସ୍ଥା ହେବ। କୁସ୍ତି, ଖୋ-ଖୋ ଏବଂ କବାଡି ପରି କ୍ରୀଡା ପାଇଁ ୫ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ହଲ ର୍ନିମାଣ ହେବ। ବିଶ୍ୱବିଦ୍ୟାଳୟରେ ସିନ୍ଥେଟିକ ହକି ଫିଲ୍ଡ, ଫୁଟବଲ ଫିଲ୍ଡ, ବାସ୍କେଟବଲ, ଭଲିବଲ, ହ୍ୟାଣ୍ଡବଲ, ଲନ ଟେନିସ କୋର୍ଟ ଆଦି ସହିତ ଶୁଟିଂ ଏବଂ ତୀରନ୍ଦାଜ ପାଇଁ ସ୍ବତନ୍ତ୍ର ପରିସର ମଧ୍ୟ ରହିବ।, ସିନ୍ଥେଟିକ ରନିଂ ଷ୍ଟାଡିୟମ, ସୁଇମିଂ ପୁଲ ଭଳି ସୁବିଧା ଏଠାରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri