ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦: ଚାଇନାରେ ଅନୁଷ୍ଠିତ ହେଉଥିବା ଏସିଆନ୍‌ ଗେମ୍ସରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର ୮୭.୫୪ ମିଟର ଦୂରତାକୁ ଜାଭେଲିନ୍‌ ଫିଙ୍ଗି ରେକର୍ଡ କରିଛନ୍ତି।

Day 7 - World Athletics Championships Budapest 2023

ତାଙ୍କର ଏହି ଅପୂର୍ବ ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କିଶୋରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ କିଶୋରଙ୍କୁ ରାଜ୍ୟ ଏବଂ ଦେଶର ବିଭିନ୍ନ ସ୍ଥାନରୁ ଶୁଭେଚ୍ଛାର ସୁଅ ଛୁଟିଛି।

 

ସୂଚନାଯୋଗ୍ୟ, କିଶୋରଙ୍କ ଘର ପୁରୀ ଜିଲାର କୋଠାସାହିରେ ହୋଇଥିବା ବେଳେ ତାଙ୍କ ବାପା ଜଣେ କୃଷକ। କିଶୋର ୬ ଭଉଣୀରେ ଗୋଟିଏ ଭାଇ। ୬ ସେପ୍ଟେମ୍ବର ୧୯୯୫ରେ ଜନ୍ମଗ୍ରହଣ କରିଥିବା କିଶୋର ଜାଭେଲିନ ଥ୍ରୋରେ ସାରା ବିଶ୍ୱରେ ଟ୍ରାକ୍‌ ଏବଂ ଫିଲ୍ଡ ଇଭେଣ୍ଟରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ଜାଭେଲିନ ଥ୍ରୋ କିଶୋରଙ୍କ ପ୍ରଥମ ପସନ୍ଦ ଥିଲା। ଯେହେତୁ ସେ ଭଲିବଲ ଅନୁସରଣ କରିଥିଲେ, ତାଙ୍କ ପ୍ରଶିକ୍ଷକ ଜାଭେଲିନ ଥ୍ରୋରେ ତାଙ୍କର ସମ୍ଭାବନା ଥିବାରୁ ସେ ତାଙ୍କୁ ଏଥିରେ ଉତ୍ସାହିତ କରିଥିଲେ। ସେହିଦିନଠାରୁ କିଶୋର ଜାଭେଲିନ୍‌ରେ ପାରଦର୍ଶିତା ଦେଖାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri